ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ବିଲ୍ଡିଂରେ ବଡ଼ ଧରଣର ଅଗ୍ନିକାଣ୍ଡ

0

ରାଜକୋଟ: ଗୁଜରାଟର ରାଜକୋଟରେ ଶୁକ୍ରବାର ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଆଟଲାଣ୍ଟିସ ବିଲଡିଂରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାରୁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବିଲ୍ଡିଂରେ ୩୦ରୁ ଅଧିକ ଲେକା ଫଶିରହିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।
ସୂଚନା ଅନୁସାରେ, ରାଜକୋଟରେ ଥିବା ୧୫୦ ଫୁଟ ରିଙ୍ଗରୋଡ୍ ସ୍ଥିତ ଆଟଲାଣ୍ଟିକ୍ ବିଲ୍ଡିଂରେ ଘଟିଛି ଏହି ଅଘଟଣ। ବିଲ୍ଡିଂର ୬ ମହଲାରେ ନିଆଁ ଲାଗିଛି। ଫଳରେ ୩୦ରୁ ଅଧିକ ଲୋକ ସେଠାରେ ଫଶିରହିଛନ୍ତି। ୩୦ ଜଣଙ୍କ ମଧ୍ୟରୁ କିଛି ଲୋକ ନିଆଁରେ ପୋଡିଯାଇ ଆହତ ହୋଇଯାଇଥିବା ମଧ୍ୟ ଖବର ରହିଛି।

ସେହିପରି ଘଟଣାରେ ଏଯାବତ୍ ୩ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଜଣାପଡିଛି। ନିଆଁ ଲାଗିବା ନେଇ ଖବର ପାଇବା ପରେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭା ଓ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ଅନେକ ବାସିନ୍ଦାଙ୍କୁ ସଫଳତାର ସହ ଉଦ୍ଧାର କରାଯାଇଛି। ଅଗ୍ନିକାଣ୍ଡର କାରଣ ତଦନ୍ତ କରାଯାଉଛି। ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି ଯେ, ଷଷ୍ଠ ମହଲା ଲବିରେ ମରାମତି କାର୍ଯ୍ୟ ସମୟରେ ଶଟ୍‌ସର୍କିଟ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିଲା।

Leave A Reply

Your email address will not be published.