ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ହସ୍ପିଟାଲରେ ଭର୍ତ୍ତି ହେଲେ ସଂଗୀତଜ୍ଞ ଏ.ଆର ରେହେମନ୍

0

ଚେନ୍ନାଇ, ହସ୍ପିଟାଲରେ ଭର୍ତ୍ତି ହେଲେ ସଂଗୀତଜ୍ଞ ଓସ୍କାର ବିଜେତା ତଥା ବଲିଉଡ ସଂଗୀତଜ୍ଞ ଏ.ଆର ରେହେମାନ । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଆଜି ସକାଳେ ତାଙ୍କୁ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏକ ଡାକ୍ତରୀ ଟିମ୍‌ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିବା ସହିତ ନିରୀକ୍ଷଣରେ ରଖିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରହମନଙ୍କୁ ହୃଦଘାତ ହୋଇଥିବା ସନ୍ଦେହ କରାଯାଉଛି। କାରଣ ଡାକ୍ତରୀ ଟିମ ତାଙ୍କର ଆଞ୍ଜିଓଗ୍ରାମ ପରୀକ୍ଷା କରାଯାଇପାରେ ବୋଲି କହିଛନ୍ତି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଅଧିକ ସୂଚନା ମିଳିପାରି ନାହିଁ।

୫୮ ବର୍ଷୀୟ ରହମାନଙ୍କୁ ସକାଳ ସାଢେ ୭ଟା ରେ ଗ୍ରୀମ୍ସ ରୋଡରେ ଥିବା ଆପୋଲୋ ହସ୍ପିଟାଲକୁ ପଠାଯାଇଥିଲା, ଯେଉଁଠାରେ ତାଙ୍କର ଇସିଜି ଏବଂ ଇକୋକାର୍ଡିଓଗ୍ରାମ ସମେତ ଅନେକ ପରୀକ୍ଷା କରାଯାଇଥିଲା।ଯନ୍ତ୍ରଣାର ଗମ୍ଭୀରତା ସମ୍ବନ୍ଧରେ ଜାଣିବା ପାଇଁ ସଂଗୀତଜ୍ଞଙ୍କୁ ଆଞ୍ଜିଓଗ୍ରାମ କରିବାକୁ ପଡ଼ିପାରେ ବୋଲି ଡାକ୍ତରୀ ସୂତ୍ରରୁ ଜଣାପଡିଛି।

Leave A Reply

Your email address will not be published.