ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ରାଜ୍ୟରେ ଅଘୋଷିତ ବିଦ୍ୟୁତ୍ କାଟ୍‌ କରାଯିବ ନାହିଁ

0

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ଖରାଦିନରେ ବିଜୁଳି କାଟ୍‌ ସମସ୍ୟା ଲୋକଙ୍କୁ କଲବଲ କରିଥାଏ। ତେବେ ବିଜୁଳି କାଟ୍‌କୁ ନେଇ ସରକାର ଏକ ବଡ଼ ଘୋଷଣା କରିଛନ୍ତି।

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ରାଜ୍ୟରେ ଅଘୋଷିତ ବିଜୁଳି କାଟ୍‌ କରାଯିବ ନାହିଁ। ମଙ୍ଗଳବାର ଲୋକସେବା ଭବନରେ ବସିଥିବା ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ସମୟରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଯେପରି ନ ହୁଏ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଦିନ ୧୧ଟାରୁ ଅପରାହ୍ନ ୫ଟା ଏବଂ ରାତି ୯ରୁ ସକାଳ ୬ଟା ପର୍ଯ୍ୟନ୍ତ ଯେପରି ବିଦ୍ୟୁତ କାଟ୍‌ ନ ହୁଏ, ସେଥିପ୍ରତି ଦୃଷ୍ଟି ଦେବାକୁ ସେ ଶକ୍ତି ବିଭାଗକୁ କଡ଼ା ନିର୍ଦ୍ଦେଶ ଦେଇଥିଲେ।

ଏହା ସହ କାଳବୈଶାଖୀ ସମୟରେ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ନ ହେବା ପାଇଁ ଆଗୁଆ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ସାସଂଦ ଓ ବିଧାୟକମାନଙ୍କୁ ଏ ବିଷୟରେ ଅବଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥିସହିତ ଖରାଦିନେ ଗ୍ରାମାଞ୍ଚଳରେ ଅତ୍ୟଧିକ ଅଗ୍ନିକାଣ୍ଡ ହୋଇଥାଏ ତେଣୁ ଅଗ୍ନିଶମ ବିଭାଗ ସଜାଗ ରହିବାକୁ ସେ କହିଥିଲେ।

ଏହା ସହ ଲୋକଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି, ଜିଲ୍ଲାସ୍ତରରେ ହେଉଥିବା ଅଭିଯୋଗ ପ୍ରକୋଷ୍ଠର ଶୁଣାଣି ସମୟ ପରିବର୍ତ୍ତନ କରି ସକାଳ ୭ଟାରୁ ୧୦ଟା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

Leave A Reply

Your email address will not be published.