ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଏପ୍ରିଲ ୨ ବଦଳରେ ଆସନ୍ତାକାଲିଠୁ ହେବ ସକାଳୁଆ ସ୍କୁଲ

0

ଭୁବନେଶ୍ବର: ଆସନ୍ତାକାଲିଠୁ ସକାଳୁଆ ସ୍କୁଲ। ରାଜ୍ୟରେ କ୍ରମାଗତ ତାପମାତ୍ରା ବୃଦ୍ଧି ପାଉଛି। ପିଲାମାନେ ଖରା ସମୟରେ ସ୍କୁଲ ଯାଇ ପାଠପଢ଼ିବା ସମ୍ଭବ ହେଉନାହିଁ। ତେଣୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଏପ୍ରିଲ ୨ ବଦଳରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କରାଯାଇଛି । ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏଁ ସ୍କୁଲ ହେବ ବୋଲି ଚିଠିରେ ଉଲ୍ଲେଖ ରହିଛି। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ସକାଳୁଆ ସ୍କୁଲ ହେବ। ସ୍କୁଲ ସମୟରେ ପ୍ରଚୁର ପାଣି ଓ ଓଆରଏସ୍ ମହଜୁଦ ରଖିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ପିଲାମାନେ ପାଣି ବୋତଲ୍ ନେଇ ଯିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

ଏହାପୂର୍ବରୁ ଆସନ୍ତା ଏପ୍ରିଲ ୨ରୁ ବିଦ୍ୟାଳୟଗୁଡିକରେ ପାଠପଢ଼ା ସକାଳୁ ଆରମ୍ଭ କରାଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଥିଲେ। ଏହି ସମୟରେ ସ୍କୁଲରେ ସୁରକ୍ଷିତ ପାନୀୟ ଜଳ, ଓଆର୍‌ଏସ୍‌ ପ୍ୟାକେଟ ମହଜୁଦ ରଖିବା ସହ ଅନ୍ୟ ଆବଶ୍ୟକ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଜିଲାପାଳମାନେ ନିଜ ଜିଲାର ପାଣିପାଗ ସ୍ଥିତିକୁ ଦେଖି ବିଦ୍ୟାଳୟ ଖୋଲିବା ନିଷ୍ପତ୍ତି ନେଇପାରିବେ ବୋଲି ମନ୍ତ୍ରୀ କହିଥିଲେ।

Leave A Reply

Your email address will not be published.