ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ବିଏଡ୍ ନାମ ଲେଖା ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

0

ଭୁବନେଶ୍ବର: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ବିଏଡ୍ ନାମ ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଏଥିପାଇଁ ଆବେଦନକାରୀମାନଙ୍କ ପାଇଁ ମାର୍ଚ୍ଚ ୨୪ ତାରିଖ ଠାରୁ କମନ୍ ଆପଲିକେସନ ଫର୍ମ (ସିଏଏଫ) ପୂରଣ ପ୍ରକିୟା ଆରମ୍ଭ ହେବ।

୨୦୨୫-୨୬ ଶିକ୍ଷା ବର୍ଷ ପାଇଁ ମଧ୍ୟ ବିଗତ ବର୍ଷ ପରି ଦୁଇ ବର୍ଷିଆ ବି.ଏଡ଼/ଏମ.ଏଡ଼/ ବି.ଏଚ୍.ଏଡ଼୍ ପାଠ୍ୟକ୍ରମରେ ନାମଲେଖା ଏବଂ ଚୟନ ପ୍ରକିୟା ଏଥିପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ମାର୍କ ଆଧାରରେ ହିଁ କରାଯିବ। ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ୍‌ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ଏଥିସହ ଶିକ୍ଷା ବର୍ଷ ୨୦୨୫-୨୬ରେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ. ଏଡ଼ ପାଠ୍ୟକ୍ରମକୁ ଆସନ୍ତା ୨୪ ଜୁଲାଇ, ୨୦୨୫ ତାରିଖ ସୁଦ୍ଧା ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ସୂଚନା ରହିଛି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

Leave A Reply

Your email address will not be published.