ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

୨୫ ଯାଏଁ କାଳବୈଶାଖୀ, ୨୭ ଜିଲାକୁ ସତର୍କତା

0

ଭୁବନେଶ୍ବର: ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି। ପ୍ରବଳ ବର୍ଷା ସହ କିଛି କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାବେଳେ ଶନିବାର ପାଇଁ ୨୭ ଜିଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।
ଉତ୍ତର ପଶ୍ଚିମ ଓଡ଼ିଶାର ୯ ଜିଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହାସହ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ରହିବ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବା ସହ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ପଡ଼ିବ। ଏଥିପାଇଁ କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ସମେତ ୧୮ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିପାରେ। ଏହି ସମୟରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ବୋହିବା ନେଇ ୨୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.