ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କ୍ଲୋଜର ରିପୋର୍ଟ ଦାଖଲ କଲା ସିବିଆଇ

0

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ୨ଟି ମାମଲାକୁ ଶନିବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିଛି। ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ୪ ବର୍ଷ ପରେ ସିବିଆଇ ଦାଖଲ କରିଛି କ୍ଲୋଜର ରିପୋର୍ଟ। ମୁମ୍ବାଇ କୋର୍ଟରେ କ୍ଲୋଜର ରିପୋର୍ଟ ଦାଖଲ କରିଛି ସିବିଆଇ। ଏହି ହାଇପ୍ରୋଫାଇଲ ମାମଲାକୁ ନେଇ ଶନିବାର ସିବିଆଇ ନିଜର କ୍ଲୋଜର ରିପୋର୍ଟ ମୁମ୍ବାଇସ୍ଥିତ ଏକ ଅଦାଲତରେ ଦାଖଲ କରିଛି। ଆତ୍ମହତ୍ୟା ପାଇଁ ସୁଶାନ୍ତଙ୍କ ଉପରେ କୌଣସି ଚାପ ପ୍ରୟୋଗ କରାଯାଇ ନାହିଁ ବୋଲି ଏହି ରିପୋର୍ଟରେ କୁହାଯାଇଛି।

ସୂଚନାମୁତାବକ, ସୁଶାନ୍ତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାରକୁ କ୍ଲିନଚିଟ୍ ଦେଇଛି ସିବିଆଇ। ସୁଶାନ୍ତଙ୍କ ମୃତ୍ୟୁ ପାଇଁ କେହି ଦାୟୀ ନୁହଁନ୍ତି ବୋଲି କ୍ଲୋଜର ରିପୋର୍ଟରେ ଉଲ୍ଲେଖ ହୋଇଛି। ସୁଶାନ୍ତଙ୍କ ବାପା ରିୟାଙ୍କ ଉପରେ ଲଗାଇଥିବା ଆରୋପ ଏବଂ ରିୟାଙ୍କ ପକ୍ଷରୁ ସୁଶାନ୍ତଙ୍କ ପରିବାର ଉପରେ ହୋଇଥିବା ଅଭିଯୋଗ, ଦୁଇଟି ଯାକ ମାମଲାରେ କ୍ଲୋଜର ରିପୋର୍ଟ ଦାଖଲ କରାଯାଇଛି।
ତେବେ ସୁଶାନ୍ତଙ୍କ ପରିବାର ପକ୍ଷରୁ କୋର୍ଟରେ ପ୍ରୋଟେଷ୍ଟ ପିଟିସନ୍‌‌ ଦାଖଲ କରାଯାଇପାରିବ ବୋଲି କୁହାଯାଇଛି।

ମୁମ୍ବାଇ ବାନ୍ଦ୍ରାସ୍ଥିତ ଘରେ ଝୁଲନ୍ତା ଅବସ୍ଥାରେ ୧୪ ଜୁନ ୨୦୨୦ରେ ସୁଶାନ୍ତଙ୍କ ମୃତଦେହ ମିଳିଥିଲା। ତେବେ ତାଙ୍କ ପାଖରୁ କୌଣସି ସୁସାଇଡ୍ ନୋଟ୍ ମିଳିନଥିଲା। ସୁଶାନ୍ତଙ୍କ ମୃତ୍ୟୁ ଆତ୍ମହତ୍ୟା ଜନିତ ବୋଲି ମୁମ୍ବାଇ ପୋଲିସ ତାର ପ୍ରାଥମିକ ରିପୋର୍ଟରେ ଦର୍ଶାଇଥିଲା। ଘରେ ଜୋର ଜବରଦସ୍ତ କେହି ପଶିଥିବା ନେଇ ତଦନ୍ତ ବେଳେ ସୁରାକ ପାଇନଥିଲା ପୋଲିସ। ତେଣୁ ଆତ୍ମହତ୍ୟା ପଛରେ ମାନସିକ ଚାପ ହୋଇଥାଇପାରେ ବୋଲି ଅନୁମାନ କରିଥିଲା ପୋଲିସ। ପରେ ସୁଶାନ୍ତଙ୍କ ପରିବାର ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଏବଂ ଅନ୍ୟମାନଙ୍କ ନାଁରେ ପାଟନା କୋର୍ଟରେ ଏଫଆଇଆର ଦାଖଲ କରିଥିଲେ।

Leave A Reply

Your email address will not be published.