ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଭକ୍ତ-ତାରା-ମୋକିମଙ୍କୁ ଉଠାଇ ନେଲା ପୋଲିସ

0

ଭୁବନେଶ୍ବର: ରାଜଧାନୀ ରାଜରାସ୍ତାରେ ଉଗ୍ର ରୂପ ଧାରଣ କରିଛି କଂଗ୍ରେସ। ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ହଜାର ହଜାର କଂଗ୍ରେସ ନେତା ଓ କର୍ମୀ ବିଧାନସଭା ଘେରାଉ ପାଇଁ ପଦଯାତ୍ରା କରିଛନ୍ତି। କଂଗ୍ରେସର ବିଧାନସଭା ଘେରାଉବେଳେ ଲୋୟର ପିଏମଜି ପାଲଟିଛି ରଣକ୍ଷେତ୍ର। କଂଗ୍ରେସ କର୍ମୀ ବ୍ୟାରିକେଡ୍ ଭାଙ୍ଗିବା ସହ ପୁଲିସ ସହ ଧସ୍ତାଧସ୍ତି ହୋଇଥିବା ଦେଖିବାକୁ ମିଳିଛି। ବ୍ୟାରିକେଡ୍ ଭାଙ୍ଗି ଆଗକୁ ଯିବାକୁ ଉଦ୍ୟମ କରିଛନ୍ତି କଂଗ୍ରେସ ନେତା ଓ କର୍ମୀ। କଂଗ୍ରେସ କର୍ମୀଙ୍କୁ ରୋକିବାକୁ ପୁଲିସକୁ ନାକେଦମ୍‌ ହେବାକୁ ପଡିଥିଲା।

ସ୍ଥିତି ନିୟନ୍ତ୍ରଣ ବାହାରକୁ ଯାଉଥିବା ଦେଖି ପୋଲିସ ପ୍ରଥମେ ପାଣି ମାଡ଼ ଓ ପରେ ଭିଡ଼ ହଟାଇବାକୁ ଟିୟର ଗ୍ୟାସ୍ ମାଡ଼ କରିଥିଲା। ଏହାପରେ ବି କଂଗ୍ରେସ କର୍ମୀଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହେବାରୁ ପୋଲିସ ଆନ୍ଦୋଳନକାରୀଙ୍କ ଉପରେ ଲାଠି ମାଡ଼ କରିଥିଲା। ଆନ୍ଦୋଳନକାରୀ କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲା ପୋଲିସ। ଶେଷରେ ପୋଲିସ ଆନ୍ଦୋଳନର ନେତୃତ୍ବ ନେଉଥିବା ପିସିସି ସଭାପତି ଭକ୍ତ ଦାସ, ବରିଷ୍ଠ କଂଗ୍ରେସ ନେତା ତାରା ବାହିନୀପତି, ମହମ୍ମଦ ମୋକିମଙ୍କ ସମେତ ଅନ୍ୟ କିଛି ନେତାଙ୍କୁ ଆନ୍ଦୋଳନ ସ୍ଥଳରୁ ଉଠାଇ ନେଇଛି।

Leave A Reply

Your email address will not be published.