ପ୍ରମୁଖ ଖବର

ଆଡ଼ପ ମଣ୍ଡପକୁ ବିଜେ କଲେ ଦାରୁବ୍ରହ୍ମ, ଆସନ୍ତାକାଲିଠାରୁ ମିଳିବ ଆଡ଼ପ ଅବଢ଼ା
ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ
ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ
ଭାରତର ପ୍ରଥମ ଘରୋଇ କକ୍ଷପଥ ରକେଟ ‘ବିକ୍ରମ-୧’ର ସଫଳ ଉତକ୍ଷେପଣ
ଅହମ୍ମଦାବାଦର ବାଣ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୮ ମୃତ ଓ ୧୫ରୁ ଅଧିକ ଆହତ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା

ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ

0

ଭୁବନେଶ୍ବର: ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ। ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍‌ରୁ ଖର୍ଚ୍ଚ ହେବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି।

ଏବେ ପିଲାମାନଙ୍କୁ ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ପ୍ରତ୍ୟେକ ପିଲାଙ୍କୁ ୨ଟି ଲେଖାଏଁ ଅଣ୍ଡା ଯୋଗାଇ ଦିଆଯାଉଛି। ଏଥିସହିତ ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ। କାଲିର ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗର ସୂଚନା ଦେଇଛି। ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ। ମଙ୍ଗଳବାର, ଗୁରୁବାର, ଶନିବାର ପୋଷଣଯୁକ୍ତ ଲଡୁ ମିଳିବ। ଶିଶୁବାଟିକାଠୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ଏହା ମିଳିବ। ପିଏମ ପୋଷଣ ଯୋଜନାରେ ଅନ୍ତର୍ଭୁକ୍ତ ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଏହି ସୁବିଧା ଯୋଗାଇ ଦିଆଯିବ।

ସେହିପରି ଅନ୍ୟ ଏକ ନିଷ୍ପତ୍ତି ଅନୁଯାୟୀ, ଏପ୍ରିଲ ୧ରୁ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ପୋଷଣ ଲଡୁ ଦିଆଯିବ। ସପ୍ତାହର ସୋମବାର, ମଙ୍ଗଳବାର ଓ ଗୁରୁବାର ଦିନ ଏହି ପୋଷଣ ଲଡୁ ଦିଆଯିବ। ଗୋଟିଏ ଲଡୁର ଦାମ ୩ ଟଙ୍କା ୫୦ ପଇସା ରହିବ ଓ ପୋଷଣ ଲଡୁ କେବଳ ସକାଳ ବେଳା ଦିଆଯିବ।

Leave A Reply

Your email address will not be published.