ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଭିଆର୍‌ଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍‌

0

ଭୁବନେଶ୍ବର: ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ଆଇଏଏସ୍ ସୁଜାତା କାର୍ତ୍ତିକେୟନ୍ ଭିଆରଏସ୍ ପାଇଁ ଆବେଦନ କରିଥିବା ସୂଚନା ମିଳିଛି। ୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ। ସୁଜାତା କାର୍ତ୍ତିକେୟନ୍‌ଙ୍କ ଆବେଦନକୁ କେନ୍ଦ୍ର ମଞ୍ଜୁର କରିଥିବା ସୂଚନା ମିଳିଛି।
ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ। ଏବେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିବା ଖବର ପରେ ଏବେ ତାଙ୍କର ଆଗାମୀ ଷ୍ଟେପ ଉପରେ ସମସ୍ତଙ୍କ ନଜର ରହିଛି। ସୁଜାତା ପ୍ରାୟ ଗୋଟେ ମାସ ତଳୁ ସ୍ୱେଚ୍ଛାକ୍ରୁତ ଅବସର ଲାଗି ଆବେଦନ କରିଥିଲେ। ହେଲେ ଏନେଇ ସରକାରୀସ୍ତରରେ ବାହାରକୁ ଖବର ପ୍ରକାଶ ପାଇ ନ ଥିଲା। ମାତ୍ର ଏବେ ତାଙ୍କ ଭିଆରସ ଆବେଦନ କେନ୍ଦ୍ର ଗ୍ରହଣ କରିଥିବା ନେଇ ବିଭାଗୀୟ ଚର୍ଚ୍ଚା ଜୋର ଧରିଛି।

ସୂଚନାଥାଉ କି, ସୁଜାତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତତ୍କାଳୀନ ବ୍ୟକ୍ତିଗତ ସଚିବ କାର୍ତ୍ତିକେୟନ ପାଣ୍ଡିଆନଙ୍କ ସ୍ତ୍ରୀ। ଦୀର୍ଘ ୬ମାସ ସେ ତାଙ୍କ ଝିଅର ୧୦ମ ପାଠପଢା ଲାଗି ଛୁଟିରେ ରହିବା ପରେ କିଛିଦିନ ତଳେ ସେ କାର୍ଯ୍ୟରେ ଯୋଗ ଦେଇଥିଲେ। ସେ ଆହୁରି ଅଧିକ ଦିନ ଛୁଟି ଆବେଦନ କରିଥିଲେ ମଧ୍ୟ ଭାଜପା ସରକାର ତାଙ୍କ ଆବେଦନକୁ ଖାରଜ କରିଥିଲେ। ଏହାପରେ ସେ ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରେ ଯୋଗ ଦେଇଥିଲେ।

ପୂର୍ବରୁ ଭିଆର୍‌ଏସ୍‌ ନେଇ ଭିକେ ପାଣ୍ଡିଆନ୍ ମଧ୍ୟ ରାଜନୀତିକୁ ଆସିଥିଲେ। ବିଜେଡିର ପରାଜୟ ପରେ ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିଥିଲେ ପାଣ୍ଡିଆନ୍। କିଛି ଦିନ ତଳେ ପାଣ୍ଡିଆନ୍ ଏକ ଅନ୍ତର୍ଜାତୀୟ ସଂସ୍ଥାରେ ଯୋଗଦେବେ ବୋଲି ଚର୍ଚ୍ଚା ହୋଇଥିଲା। ତେବେ ଭିଆର୍‌ଏସ୍‌ ନେବା ପରେ ସୁଜାତା ଏବଂ ପାଣ୍ଡିଆନ୍‌ ଙ୍କ ଆଭିମୁଖ୍ୟ କଣ ରହିବ , ତା ଉପରେ ସମସ୍ତଙ୍କ ନଜର ରହିଛି।

Leave A Reply

Your email address will not be published.