ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସ୍‌ ୧୧ ବଗି ଲାଇନ୍‌ଚ୍ୟୁତ: ୧ ମୃତ ୭ ଆହତ

0

କଟକ: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି।

ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ପ୍ରବଳ ଖରା ଯୋଗୁଁ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ପିଇବା ପାଣି ମିଳୁନଥିବା ଯାତ୍ରୀମାନେ ଅଭିଯୋଗ କରିଛନ୍ତି। ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ହେବା ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି ଘଟଣାସ୍ଥଳରେ ରେଳବାହିନୀ ଟିମ୍‌ ପହଞ୍ଚିଥିବା ଜଣାପଡ଼ିଛି। ଆର୍‌ପିଏଫ୍‌ ଏବଂ ଜିଆର୍‌ପିଏଫ୍‌ ଏବଂ ସ୍ଥାନୀୟ ଲୋକେ ଉଦ୍ଧାର କରୁଥିବା ଜଣାପଡ଼ିଛି।

କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହେବା ପରେ ଘଟଣାସ୍ଥଳରେ ସମସ୍ତ ଟ୍ରେନ୍‌ ଚଳାଚଳ ବନ୍ଦ ରହିଛି। ହେଲେ ଟ୍ରେନ୍‌ କିପରି ଲାଇନଚ୍ୟୁତ ହେଲା ତାହାର କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ। ଏନେଇ ଅଧିକ ଅପଡେଟ୍‌ର ଅପେକ୍ଷା କରାଯାଇଛି। ଅନ୍ୟପଟେ ରେଳ ବିଭାଗ ପକ୍ଷରୁ ହେଲ୍ପ ଲାଇନ୍ ନମ୍ବର ଜାରି କରାଯାଇଛି। କଟକ ପାଇଁ ୮୯୯୧୧୨୪୨୩୮, ଭୁବନେଶ୍ଵର ପାଇଁ ୮୪୫୫୮୮୫୯୯୯, ଖୋର୍ଦ୍ଧା ପାଇଁ ୦୬୭୪୨୪୯୨୨୪୫ ହେଲ୍ପ ଡେସ୍କ ନମ୍ବର ଜାରି କରାଯାଇଛି।

Leave A Reply

Your email address will not be published.