ପ୍ରମୁଖ ଖବର

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଶୁକ୍ରବାର ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ
ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ
କ୍ରୀଡ଼ାର ପ୍ରସାର ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ଫିକି ପକ୍ଷରୁ ସ୍ପେଶାଲ ଆପ୍ରିସିଏସନ ଆଓ୍ୱାର୍ଡ

କମେଣ୍ଟ ମରାକୁ ନେଇ ସଂଘବଦ୍ଧ ଆକ୍ରମଣ, ୨ ଗୁରୁତର

0

ଭୁବନେଶ୍ବର: ରାଜଧାନୀରେ ବୁଲିଲା ଖଣ୍ଡା। ଏଥିରେ ୨ ଯୁବକ ଗୁରୁତର ହୋଇଛନ୍ତି। ଖଣ୍ଡଗିରି ଥାନା ପାତ୍ରପଡ଼ାରେ ୨ ଯୁବକଙ୍କୁ ହାଣି ପକାଇଛନ୍ତି। କମେଣ୍ଟ ମରା ଓ ପୂର୍ବ ଶତ୍ରୁତାରୁ ୨ଜଣ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। କିଛି ଯୁବକ ଖଣ୍ଡଗିରି ଥାନା ପାତ୍ରପଡ଼ାରେ ୨ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ଖଣ୍ଡାରେ ହାଣି ପକାଇଛନ୍ତି। ସେମାନଙ୍କୁ ଗୁରୁତର ଭାବେ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ଆକ୍ରମଣରେ ଗୁରୁତର ହୋଇଥିବା ୨ଜଣ ଯୁବକଙ୍କୁ ଭୁବନେଶ୍ୱର ଏମ୍‌‌ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଖବର ପାଇ ଖଣ୍ଡଗିରି ପୁଲିସ ଘଟଣାସ୍ଥଳ ପରିଦର୍ଶନ ସହ ଛାନଭିନ କରିଛି। କମେଣ୍ଟ ମରା ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ଜଣ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି। ତେବେ ଅଭିଯୁକ୍ତମାନଙ୍କୁ ଗିରଫ ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ସହ ତଦନ୍ତ ପ୍ରକ୍ରିୟା ଜାରି ରହିଛି ବୋଲି ଖଣ୍ଡଗିରି ପୁଲିସ ସୂଚନା ଦେଇଛି।

Leave A Reply

Your email address will not be published.