ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

କେମିତି ରହିବ ଆସନ୍ତା ତିନି ଦିନ ର ପାଣିପାଗ ?

0

ଭୁବନେଶ୍ବର: ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗର ରୁ ଆଦ୍ର ଜଳୀୟବାଷ୍ପ ପୁର୍ଣ୍ଣ ବାୟୁ ପ୍ରବାହ ହେବା ଯୋଗୁଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ମୁଖ୍ୟତଃ ଅପରାହ୍ନ ସମୟ ରେ ଆକାଶ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୁଖ୍ୟତଃ ଆଭ୍ୟନ୍ତର ଓଡ଼ିଶା ର କିଛି ଅଞ୍ଚଳ ରେ ପ୍ରଭାବ ରହିବ ବିଶେଷ କରି ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ଦେଓଗଡ଼, ବଲାଙ୍ଗୀର, ନୂଆପଡ଼ା, କେଉଁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ଗଜପତି , ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ତେବେ ୪ ଓ ୫ ତାରିଖ ରେ ଉପକୂଳ ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, ସୁନ୍ଦରଗଡ଼ , ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, କେଉଁଝର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ଦିନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.