ପ୍ରମୁଖ ଖବର

ଅଣ ସେବାୟତଙ୍କୁ ରଥ ଉପର ମନା, ଚଢ଼ିଲେ ହେବେ ଗିରଫ
ଡିଏନଏରୁ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ
ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ : ଜି-୭ ସମ୍ମିଳନୀରେ ଦେବେ ଯୋଗ
ଭୁଶୁଡିଲା ଇନ୍ଦ୍ରାୟଣୀ ନଦୀର ବ୍ରିଜ୍‌, ଭାସିଗଲେ ୨୦ ପର୍ଯ୍ୟଟକ
କେବଳ ଯାତ୍ରୀ ନୁହେଁ ମେଡ଼ିକାଲ ଛାତ୍ରଙ୍କ ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ
କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ୭ ମୃତ

କେମିତି ରହିବ ଆସନ୍ତା ତିନି ଦିନ ର ପାଣିପାଗ ?

0

ଭୁବନେଶ୍ବର: ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗର ରୁ ଆଦ୍ର ଜଳୀୟବାଷ୍ପ ପୁର୍ଣ୍ଣ ବାୟୁ ପ୍ରବାହ ହେବା ଯୋଗୁଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ମୁଖ୍ୟତଃ ଅପରାହ୍ନ ସମୟ ରେ ଆକାଶ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୁଖ୍ୟତଃ ଆଭ୍ୟନ୍ତର ଓଡ଼ିଶା ର କିଛି ଅଞ୍ଚଳ ରେ ପ୍ରଭାବ ରହିବ ବିଶେଷ କରି ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ଦେଓଗଡ଼, ବଲାଙ୍ଗୀର, ନୂଆପଡ଼ା, କେଉଁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ଗଜପତି , ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ତେବେ ୪ ଓ ୫ ତାରିଖ ରେ ଉପକୂଳ ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, ସୁନ୍ଦରଗଡ଼ , ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, କେଉଁଝର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ଦିନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.