ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଗିରଫ ହେଲେ ସହକାରୀ ଯନ୍ତ୍ରୀ ନରେଶ ଦାସ

0

ଭୁବନେଶ୍ବର: ଗିରଫ ହେଲେ ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନରେଶ କୁମାର ଦାସ। ଲାଞ୍ଚ ନେବା ଅଭିଯୋଗରେ ନରେଶ କୁମାର ଦାସଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଅଧିକାରୀଙ୍କ ହାତରେ ଧରା ପଡିଥିଲେ ନରେଶ।

ସୂଚନା ଅନୁସାରେ, ପ୍ରାୟ ୭ ଲକ୍ଷ ମୂଲ୍ୟର ବଳକା ଥିବା ବିଲ୍ କରାଇବା ପାଇଁ ଭୁବନେଶ୍ୱରର ଜଣେ ଠିକାଦାରଙ୍କଠାରୁ ୧ ଲକ୍ଷ ଲାଞ୍ଚ ଦାବି କରିଥିଲେ ସହକାରୀ ଯନ୍ତ୍ରୀ ନରେଶ କୁମାର ଦାସ। ଏନେଇ ଭିଜିଲାନ୍ସ ବିଭାଗର ଦ୍ଵାରସ୍ଥ ହୋଇଥିଲେ ଉକ୍ତ ଠିକାଦାର ଜଣଙ୍କ। ଉକ୍ତ ଅଭିଯୋଗ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଗତକାଲି ଭିଜିଲାନ୍ସ ଅଧିକାରୀମାନେ ଜାଲ ବିଛାଇ ଥିଲେ ଏବଂ ଶ୍ରୀ ଦାସ୍ ଲାଞ୍ଚ ଗ୍ରହଣ କରୁଥିବା ସମୟରେ ତାଙ୍କୁ ଗିରଫ କରିଥିଲେ। ଭିଜିଲାନ୍ସ ଦାସଙ୍କଠାରୁ ୧.୨୬ ଲକ୍ଷ ନଗଦ ଟଙ୍କା ଜବତ କରିଥିଲା। ଏହା ପରେ, ଭିଜିଲାନ୍ସ ତାଙ୍କ ବାସଭବନ ଏବଂ ଅନ୍ୟାନ୍ୟ ସ୍ଥାନରେ ଚଢାଉ କରିଥିଲା। ଏନେଇ ଅଭିଯୁକ୍ତ ଦାସଙ୍କ ବିରୁଦ୍ଧରେ ଭୁବନେଶ୍ୱର ଭିଜିଲାନ୍ସ ପିଏସ୍ କେସ୍ ୫/୨୦୨୫ ୟୁ/ଏସ୍-୭ପିସି (ସଂଶୋଧନ) ଆଇନ, ୨୦୧୮ ରୁଜୁ କରାଯାଇଛି। ମାମଲାର ଅଧିକ ତଦନ୍ତ ଜାରି ରହିଛି।

Leave A Reply

Your email address will not be published.