ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଏପ୍ରିଲ ୧୧ରେ ଶୁଭାରମ୍ଭ ହେବ ଆୟୁଷ୍ମାନ୍ କାର୍ଡ

0

ଭୁବନେଶ୍ବର: ଆସନ୍ତା ଏପ୍ରିଲ ୧୧ ତାରିଖରେ ଓଡ଼ିଶାରେ ଆୟୁଷ୍ମାନ୍ କାର୍ଡର ଶୁଭାରମ୍ଭ ହେବାକୁ ଯାଉଛି। ଏଥିପାଇଁ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ୧୦ ତାରିଖ ରାତିରେ ଭୁବନେଶ୍ୱରରେ ପହଞ୍ଚିବେ ନଡ୍ଡା। ଏହାପରେ ଗତ ୧୧ ତାରିଖ ଦିନ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବେ। ଏଥିପାଇଁ ଜୋରଦାର ପ୍ରସ୍ତୁତି ମଧ୍ୟ ଚାଲିଛି।୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ସ୍ବାସ୍ଥ୍ୟ ବୀମାର ଲାଭ ପାଇବାକୁ ହେଲେ ଲୋକଙ୍କ ପାଖରେ ଆୟୁଷ୍ମାନ କାର୍ଡ ଥିବା ଆବଶ୍ୟକ। ଏହା ମାଧ୍ୟମରେ କାର୍ଡଧାରୀମାନେ ମାଗଣା ଚିକିତ୍ସା ପାଇପାରିବେ। (ABHA) କାର୍ଡ ଆୟୁଷ୍ମାନ ଭାରତ ଡିଜିଟାଲ୍ ମିଶନ୍ ଅଧୀନରେ ପରିଚାଳିତ, ଯାହା ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣର ଏକ ଡିଜିଟାଲ୍ ସ୍ୱାସ୍ଥ୍ୟସେବା ପଦକ୍ଷେପ।
୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ର୍ନିବିଶେଷରେ ଏହି ଯୋଜନାର ଲାଭ ପାଇବାକୁ ଯୋଗ୍ୟ ହେବେ। ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ ଆୟୁଷ୍ମାନ ଯୋଜନା ଅଧୀନରେ ଏକ ନୂଆ କାର୍ଡ ପ୍ରଦାନ କରାଯିବ, ଯାହା ମୋଦି କାର୍ଡ ଭାବରେ ଜଣାଶୁଣା। ଏହା ଏକ ଆପ୍ଲିକେସନ ବେସ୍ଡ ସ୍କିମ। ଯେଉଁଥିପାଇଁ ଲୋକଙ୍କୁ ପୋର୍ଟାଲରେ ରେଜିଷ୍ଟ୍ରେସନ କରିବାକୁ ପଡିବ। ଏହି ପୋର୍ଟାଲରେ ଫେସ୍ ବ୍ୟାରିଫିକେସନ ସୁବିଧା ଉପଲବ୍ଧ, ଯେଉଁଥିରେ ୭୦ ବର୍ଷରୁ ଅଧିକ ବୟସ୍କ ନାଗରିକଙ୍କ ପାଇଁ ଏକ ନିର୍ଦ୍ଦିଷ୍ଟ ଲିଙ୍କ୍ ରହିବ।

କିପରି କରିବେ ଆବେଦନ

ଏଥିପାଇଁ ପ୍ରଥମେ ଆୟୁଷ୍ମାନ ଭାରତ PM-JAYର ଅଫିସିଆଲ୍ ୱେବସାଇଟକୁ ଯାଆନ୍ତୁ ।
ଏହାପରେ ଆପଣଙ୍କର ଆଧାର କିମ୍ବା ରେସନ କାର୍ଡ ବ୍ୟାରିଫାଏ କରନ୍ତୁ ।
ପାରିବାରିକ ପରିଚୟ ପ୍ରମାଣ ପ୍ରଦାନ କରନ୍ତୁ ।
ଏହା ପରେ ଏକ ସ୍ୱତନ୍ତ୍ର ଆୟୁଷ୍ମାନ ଯୋଜନା ID ସହିତ ଆପଣଙ୍କର ଇ-କାର୍ଡ ପ୍ରିଣ୍ଟ୍ କରନ୍ତୁ ।
ଆୟୁଷ୍ମାନ କାର୍ଡ ପାଇଁ ଆଧାର କାର୍ଡ, ରାଶନ କାର୍ଡ ଏବଂ ଠିକଣା ପ୍ରମାଣ ଆବଶ୍ୟକ। ଏସବୁ ବ୍ୟତୀତ ଆବେଦନକାରୀଙ୍କର ଏକ ସକ୍ରିୟ ଫୋନ ନମ୍ବର ମଧ୍ୟ ରହିବା ଆବଶ୍ୟକ। ଯଦି ଏହି ଚାରୋଟି ଡକ୍ୟୁମେଣ୍ଟ ମଧ୍ୟରୁ କୌଣସିଟି ନାହିଁ ତେବେ ଆବେଦନ ରଦ୍ଦ ହେବାର ଆଶଙ୍କା ରହିଛି। ନିକଟତମ ଜନ ସେବା କେନ୍ଦ୍ର ପରିଦର୍ଶନ କରି ଆୟୁଷ୍ମାନ କାର୍ଡ ପାଇଁ ଆବେଦନ କରାଯାଇ ପାରିବ। ଏହା ସହିତ ଏବିଏଚଏର ଅଫିସିଆଲ ୱେବସାଇଟ ପରିଦର୍ଶନ କରି ମଧ୍ୟ ଆବେଦନ କରିହେବ ।

Leave A Reply

Your email address will not be published.