ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ରାମ ନବମୀ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

0

ନୂଆଦିଲ୍ଲୀ: ଆଜି ପବିତ୍ର ରାମ ନବମୀ। ଉତ୍ସବମୁଖର ରାମ ନଗରୀ ଅଯୋଧ୍ୟା। ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି। ରାମ ନବମୀକୁ ନେଇ ସାରା ଦେଶ ଉତ୍ସବମୁଖର। ରାମ ନଗରୀ ଅଯୋଧ୍ୟା ଆଜି ପଡୁଛି ଉଠୁଛି। ଅଯୋଧ୍ୟା ରାମ ମନ୍ଦିରରେ ଧୁମଧାମରେ ପାଳନ ହେଉଛି ଅଦ୍ଭୁତ ଓ ଦିବ୍ୟ, ଭବ୍ୟ ଉତ୍ସବ। ପବିତ୍ର ରାମ ନବମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶବାସୀଙ୍କୁ ‘ରାମ ନବମୀ’ର ଶୁଭେଚ୍ଛା ଜଣାଇ ଦେଶବାସୀଙ୍କ ଜୀବନରେ ନୂତନ ଉତ୍ସାହ ପାଇଁ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍‌ କରି କହିଛନ୍ତି ଯେ, ‘ରାମ ନବମୀ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ପ୍ରଭୁ ଶ୍ରୀରାମଙ୍କ ଜନ୍ମ ଜୟନ୍ତୀର ଏହି ପବିତ୍ର ଅବସର ଆପଣମାନଙ୍କ ସମସ୍ତଙ୍କ ଜୀବନରେ ନୂତନ ଚେତନା ଏବଂ ନୂତନ ଉତ୍ସାହ ଆଣୁ ଏବଂ ଏକ ସଶକ୍ତ, ସମୃଦ୍ଧ ଏବଂ ସକ୍ଷମ ଭାରତର ସଂକଳ୍ପକୁ ନୂତନ ଶକ୍ତି ପ୍ରଦାନ କରୁ। ଜୟ ଶ୍ରୀ ରାମ।

Leave A Reply

Your email address will not be published.