ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ପୁନର୍ଗଠନ ହେବ ସ୍ୱୟଂ ସହାୟକ ଗୋଷ୍ଠୀ: ଉପମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ସ୍ୱୟଂ ସହାୟକ ଗୋଷ୍ଠୀକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସରେ ସ୍ୱୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରାଯିବ। ଏଥିରେ GPLF, CPL, BLFଙ୍କୁ ଜିଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ପୂର୍ବ ସରକାରରେ ବହୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀରୁ ବଞ୍ଚିତ ଅଛନ୍ତି। ଏବେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ସବୁ ଘରକୁ ଯୋଡ଼ିବାକୁ ଆରମ୍ଭ କରିଛନ୍ତି ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା।

ବର୍ତ୍ତମାନ ରାଜ୍ୟ ସରକାର ମିଶନ ଶକ୍ତି ସବୁ ଘରକୁ ଯୋଡ଼ିବାଆରମ୍ଭ କରିଛନ୍ତି। ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟ ରଖି ଲୋକଙ୍କୁ ଗ୍ରୁପ ସହ ଯୋଡ଼ିଥିଲେ। ଏବେ ସମସ୍ତଙ୍କୁ GPL ନିର୍ବାଚନରେ ଭାଗ ନେବାର ସୁଯୋଗ ମିଳିବ। ଯେଉଁମାନେ ସଭାପତି ଓ ସମ୍ପାଦକ ଅଛନ୍ତି ସେମାନଙ୍କୁ ବାହାର କରି ନୂଆମାନଙ୍କୁ ସୁଯୋଗ ମିଳିବବ। ତୃଣମୂଳ ସ୍ତରରେ ନେତୃତ୍ୱ ସୃଷ୍ଟି କରିବାକୁ ଚେଷ୍ଟା କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.