ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

୫୦ ଟଙ୍କା ବଢ଼ିଲା ଘରୋଇ ରନ୍ଧନ ଗ୍ୟାସ୍ ଦାମ୍

0

ନୂଆଦିଲ୍ଲୀ: ବଢିଲା ରନ୍ଧନ ଗ୍ୟାସ୍ ଦର। ଦେଶରେ ଏଲପିଜି ସିଲିଣ୍ଡର ଦାମ୍ ବୃଦ୍ଧି ପାଇଛି। ସରକାର ୧୪ .୨ କିଲୋଗ୍ରାମ ବିଶିଷ୍ଟ ଘରୋଇ ଏଲପିଜି ଗ୍ୟାସ୍ ସିଲିଣ୍ଡର ଦାମ୍ ୫୦ ଟଙ୍କା ବୃଦ୍ଧି କରିଛନ୍ତି। କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହାରଦୀପ ସିଂହ ପୁରୀ ସୋମବାର ଘୋଷଣା କରିଛନ୍ତି ଯେ, ଏଲପିଜି ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି ପାଇବ। ଏହି ବର୍ଦ୍ଧିତ ଦର ମଙ୍ଗଳବାରଠାରୁ ଲାଗୁ ହେବ। ଦର ବୃଦ୍ଧି ସହିତ ଉଜ୍ଜଳା ବ୍ୟତୀତ ଘରୋଇ ଏଲପିଜି ସିଲିଣ୍ଡର ମୂଲ୍ୟ ୮୦୩ ଟଙ୍କାରୁ ୮୫୩ ଟଙ୍କାକୁ ବୃଦ୍ଧିପାଇବ। ସେହିପରି ଉଜ୍ଜଳା ଯୋଜନାରେ ମିଳୁଥିବା ସିଲିଣ୍ଡର ମୂଲ୍ୟ ୫୦୦ ଟଙ୍କାରୁ ୫୫୦ ଟଙ୍କାକୁ ବୃଦ୍ଧିପାଇବ।
ସେହିପରି ସୋମବାର କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଉପରେ ଏକ୍ସାଇଜ ଡ୍ୟୁଟି ୨ ଟଙ୍କା ବୃଦ୍ଧି କରିଛନ୍ତି। ତେବେ ଏହା ଖୁଚୁରା ମୂଲ୍ୟକୁ କୌଣସି ପ୍ରଭାବିତ କରିବ ନାହିଁ। ଏନେଇ ପେଟ୍ରୋଲିୟମ ମନ୍ତ୍ରାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି।

ତେବେ କିଛିଦିନ ପୂର୍ବରୁ ୧୯ କିଲୋଗ୍ରାମ ବାଣିଜ୍ୟିକ ଏଲପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ କରିଥିଲେ। ବିଶ୍ୱ ଅଶୋଧିତ ତୈଳ ଦରରେ ପରିବର୍ତ୍ତନ ଏବଂ ଅନ୍ୟାନ୍ୟ ଆର୍ଥିକ କାରଣ ଦ୍ୱାରା ପ୍ରଭାବିତ ହୋଇ ଏଲପିଜି ମୂଲ୍ୟ ନିୟମିତ ଭାବରେ ସଂଶୋଧନ କରାଯାଏ। ଗତ ବର୍ଷ ଅଗଷ୍ଟରେ ଶେଷଥର ଗ୍ୟାସ ସିଲିଣ୍ଡର ଦରରେ ପରିବର୍ତ୍ତନ ଘଟିଥିଲା। ଏହାପରଠୁ ରୋଷେଇ ଗ୍ୟାସ ସିଲିଣ୍ଡର ଦରରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିନଥିଲା।

Leave A Reply

Your email address will not be published.