ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ

0

ପୁରୀ: ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଭୟଙ୍କର ଅଗ୍ନିକାଣ୍ଡ। ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍। ରାସ୍ତାରେ ଛିଡ଼ା ହୋଇଥିବାବେଳେ ଅଚାନକ ଲାଗିଲା ନିଆଁ। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। କେଉଁ କାରଣରୁ ବସ୍‌ରେ ନିଆଁ ଲାଗିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ।
ଖବର ପାଇ ପୋଲିସ ଓ ଦମକଳ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି। ନିଆଁ ଲାଗିବା ପରେ ସମଗ୍ର ଅଞ୍ଚଳ ଧୂଆଁମୟ ହୋଇଯାଇଛି। ସେହିପରି ଆଜି ସକାଳୁ ପୂର୍ତ୍ତବିଭାଗ କାର୍ଯ୍ୟାଳୟ ପଛ ପଟେ ଅଗ୍ନିକାଣ୍ଡ ଘଟିଥିଲା। ହୁତୁ ହୁତୁ ହୋଇ ଜଳିଗଲା ପୁରୁଣା ବ୍ୟାରିକେଡ। ଲୁହା ଓ ପ୍ଳାଷ୍ଟିକ ଓ କାଠରେ ନିର୍ମିତ ବ୍ୟାରିକେଡରେ ନିଆଁ ଲାଗିବାରୁ ସମ୍ପୂର୍ଣ୍ଣ ପରିବେଶ ଧୂଆଁମୟ ହୋଇଯାଇଥିଲା। ହେଲେ କାହାର କିଛି କ୍ଷତି ଘଟିନାହିଁ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Leave A Reply

Your email address will not be published.