ପ୍ରମୁଖ ଖବର

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଶୁକ୍ରବାର ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ
ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ
କ୍ରୀଡ଼ାର ପ୍ରସାର ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ଫିକି ପକ୍ଷରୁ ସ୍ପେଶାଲ ଆପ୍ରିସିଏସନ ଆଓ୍ୱାର୍ଡ

ଧଉଳି ହତ୍ୟାକାଣ୍ଡର ପର୍ଦ୍ଦାଫାସ ; ପ୍ରେମ ସମ୍ପର୍କରୁ ଯୁବତୀଙ୍କୁ ହତ୍ୟା କରିଥିଲା ସିକ୍ୟୁରିଟି ଗାର୍ଡ

0

ଭୁବନେଶ୍ବର: ପ୍ରେମର କରୁଣ ପରିଣତି । ପ୍ରେମିକ ସାଜିଲା ଖୁନି ଆସାମୀ। ଧଉଳି ଲିଙ୍ଗିପୁର ମେଳଣ ପଡିଆରୁ ଯୁବତୀଙ୍କ ମୃତଦେହ ମିଳିବା ଘଟଣାର ଗୁରୁବାର ପର୍ଦ୍ଦାଫାସ କରିଛି ପୁଲିସ। ପ୍ରେମ ଜନିତ ଘଟଣାକୁ ନେଇ ହତ୍ୟାକାଣ୍ଡ ଘଟିଥିବା ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂ ସାମ୍ବାଦିକ ସମ୍ମିଳନୀ ଯୋଗେ ସୂଚନା ଦେଇଛନ୍ତି।

ମିଳିଥିବା ସୂଚନାନୁଯାୟୀ, ଯୁବତୀଙ୍କ ଗଳିତ ମୃତଦେହ ମିଳିବାକୁ ନେଇ ଘଟଣାର ତଦନ୍ତ ପ୍ରାୟ ୩ ମାସ ହେବ ଚାଲୁ ରହିଥିଲା। ଜାନୁଆରୀ ୨୮ ତାରିଖରେ ଧଉଳି ଥାନା ଲିଙ୍ଗିପୁର ମେଳନ ପଡିଆ ନିକଟରୁ ମିଳିଥିଲା ଗଳିତ ମୃତଦେହ। ସାଇଣ୍ଟିଫିକ ଟିମ ଯାଇ ସରଜମିନ ତଦନ୍ତ କରିଥିଲା। ପରେ ଗଳିତ ମୃତଦେହର ପରିଚୟ ଜାଣିବା ପାଇଁ ତନାଘନା ଚାଲିଥିଲା। ସବୁ ଥାନାକୁ ପରିଚୟ ଖୋଜିବାକୁ କୁହାଯାଇଥିଲା। ଜାନୁଆରୀ ୧୦ରେ ଖଣ୍ଡଗିରି ଥାନାରେ ଏକ ମିସିଙ୍ଗ ରିପୋର୍ଟ ହୋଇଥିଲା। ପରିବାର ଲୋକଙ୍କୁ ଯୋଗାଯୋଗ ପରେ ବି ଚିହ୍ନଟ କରିବା ମୁସ୍କିଲ ଥିଲା। ସ୍ନେହା ବେହେରା ନିଖୋଜ ନେଇ, ରିପୋର୍ଟ କରିଥିଲେ ତାଙ୍କ ଭଉଣୀ। ସ୍ନେହାଙ୍କ ଘର କନ୍ଧମାଳ। ସେ ବରମୁଣ୍ଡା ରୁଚିକା ମାର୍କେଟ ନିକଟରେ ରହୁଥିଲେ। ମୋବାଇଲ ନମ୍ବରରୁ ଖୋଳତାଡ଼ ପରେ ଜଣାପଡିଲା ଯେ, ସେ ଜଣେ ସିକ୍ୟୁରିଟି ଗାର୍ଡ ସହ ପ୍ରେମ ସମ୍ପର୍କରେ ଥିଲେ। ଅଭିଯୁକ୍ତ ସିକ୍ୟୁରିଟି ଗାର୍ଡ ଚନ୍ଦନ ପରିଡା ସହ ସେହିଦିନ ଧଉଳି ବୁଲିବାକୁ ଯାଇଥିଲେ ମୃତ ଯୁବତୀ ସ୍ନେହା ବେହେରା।ଯୁବତୀଙ୍କ ସହ ଅଭିଯୁକ୍ତର ପୂର୍ବରୁ ସମ୍ପର୍କ ଥିବା ସହ ତାଙ୍କ ଠାରୁ କିଛି ଅର୍ଥ ମଧ୍ୟ ନେଇଥିଲା। ଯୁବତୀଙ୍କୁ ରାସ୍ତାରୁ ହଟାଇବାକୁ ଡାକି ନେଇ ଧଉଳିରେ ହତ୍ୟା କରିଥିଲା। ପୁଲିସ ଅଭିଯୁକ୍ତ ସିକ୍ୟୁରିଟି ଗାର୍ଡକୁ ଗିରଫ କରିଛି। ଅଭିଯୁକ୍ତ ନାଁରେ ପୂର୍ବରୁ ଦୁଷ୍କର୍ମ ଓ ହତ୍ୟା ମାମଲା ରହିଛି। ଅଭିଯୁକ୍ତକୁ ନେଇ ପୁଲିସ କ୍ରାଇମ୍‌ ସିନ୍‌ ରିକ୍ରିଏସନ୍‌ କରିଛି।

Leave A Reply

Your email address will not be published.