ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

କେନ୍ଦୁଝର: କେନ୍ଦୁଝର ଜିଲାରେ ଅବସ୍ଥିତ ତାରିଣୀ ମନ୍ଦିର ପାଇଁ ୨୧୫କୋଟି ଟଙ୍କାର ଡିପିଆର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି। ଏହି ପ୍ରକଳ୍ପ କାମ ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବଡ଼ ଘୋଷଣା କରିଛନ୍ତି। ସୋମବାର ଦିନିକିଆ ଗସ୍ତରେ କେନ୍ଦୁଝର ଆସିଛନ୍ତି ମୁଖ୍ୟମନ୍ତ୍ରୀ। ସର୍ବ ପ୍ରଥମେ କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀଙ୍କ ଦର୍ଶନ ଲାଭ କରିଛନ୍ତି। ମାଆଙ୍କ ଦର୍ଶନ ଲାଭ କରି କେନ୍ଦୁଝର ଜିଲ୍ଲା ଓ ଓଡ଼ିଶାର ବିକାଶ ପାଇଁ ମଙ୍ଗଳ ମନାସିଛନ୍ତି। ଅନ୍ୟପକ୍ଷରେ ଖୁବ୍ ଶୀଘ୍ର ତାରିଣୀ ମନ୍ଦିର ଓ ମନ୍ଦିର ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟ ଆରମ୍ଭ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ମା’ଙ୍କ ପୀଠରେ ପାଳିତ ହେଉଛି ୮୯ ତମ ଚଇତି ପର୍ବ। ମା’ଙ୍କର ଏହି ପର୍ବକୁଆଡମ୍ବର ସହ ୭ ଦିନ ଧରି ପାଳନ କରାଯାଇଥାଏ। ମହାବିଷୁବ ପଣାସଂକ୍ରାନ୍ତି ଦିନଟି ଚଇତି ପର୍ବର ମୁଖ୍ୟ ଦିନ ଭାବେ ପାଳନ କରାଯାଇଥାଏ। ଏହି ଦିନରେ ମା’ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଇଥାନ୍ତି। ବିଶ୍ୱାସ ରହିଛି ପଣାସଂକ୍ରାନ୍ତିରେ ମା’ଙ୍କ ଦର୍ଶନ ଲାଭ କଲେ ମନସ୍କାମନା ପୂର୍ଣ୍ଣ ହୋଇଥାଏ। ଏଥିପାଇଁ ଘଟଗାଁ ପୀଠରେ ମା’ଙ୍କୁ ଦର୍ଶନ କରିବା ପାଇଁ ଛୁଟି ଆସନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ଭକ୍ତ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Leave A Reply

Your email address will not be published.