ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ରାଜ୍ୟରେ ପୂରଣ ହେବ ୨୫ ଶହ ହୋମଗାର୍ଡ ପଦବୀ

0

ଭୁବନେଶ୍ବର: ରାଜ୍ୟରେ ୨୫୦୦ ହୋମଗାର୍ଡ ପଦବୀ ପୂରଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି। ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦,୧୭୫ ହେଲା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ। ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨,୦୦୦ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି। କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଥିଲେ ରାଜ୍ୟ ସରକାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ କରିବେ। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର ସାକ୍ଷାତ ପରେ ଏହି ଘୋଷଣା କରିଥିଲେ।

ଶାହଙ୍କ ସହ ଆଲୋଚନାରେ ବିଶେଷ କରି ପୋଲିସ ବାହିନୀ ମଧ୍ୟରେ କର୍ମଚାରୀ ଅଭାବକୁ ଦୂର କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଖାଲି ପଦବୀକୁ ପୁରଣ କରିବା ସହିତ, ମୁଖ୍ୟମନ୍ତ୍ରୀ ମାଝୀ ଟ୍ରାଫିକ୍ ପରିଚାଳନା ଏବଂ ସାଇବର ଅପରାଧ ଭଳି ପ୍ରସଙ୍ଗ ଉପରେ ଆଲୋକପାତ କରିଥିଲେ। ରାଜ୍ୟ ସରକାର ସମୟୋଚିତ ନିଯୁକ୍ତି ଉପରେ ଧ୍ୟାନ ଦେଇ ଏହି ସମସ୍ୟାଗୁଡ଼ିକର ସମାଧାନ ପାଇଁ ଏକ ସମନ୍ୱିତ ପ୍ରୟାସ କରୁଛନ୍ତି। ଏହା ବ୍ୟତୀତ, ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ମାଓ ଆନ୍ଦୋଳନର ସମସ୍ୟା ଯଥେଷ୍ଟ ହ୍ରାସ ପାଇଛି; ବର୍ତ୍ତମାନ କେବଳ ୧୦ଟି ଜିଲ୍ଲାକୁ ପ୍ରଭାବିତ କରୁଛି।

Leave A Reply

Your email address will not be published.