ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ନାମାଙ୍କନ ଭରିଲେ ନବୀନ

0

ଭୁବନେଶ୍ବର: ନବମ ଥର ପାଇଁ ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ଅବସରରେ ରାଜଧାନୀର ଶଙ୍ଖ ଭବନରେ ନାମାଙ୍କନ ଭରିଛନ୍ତି ନବୀନ। ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ନବୀନ। ଅନ୍ୟ କେହି ନାମାଙ୍କନ କରିନଥିବାରୁ ୧୯ରେ ସଭାପତି ଭାବେ ନବୀନଙ୍କ ନାଁ ଘୋଷଣା ହେବ ବୋଲି ସୂଚନା ମିଳିଛି।

ଏପର୍ଯ୍ୟନ୍ତ ଅନ୍ୟ କେହି ନାମାଙ୍କନ ଭରି ନାହାନ୍ତି। ଏଥିପାଇଁ ନବୀନ ବିଜେଡିର ସଭାପତି ହେବା ଏକପ୍ରକାର ନିଶ୍ଚିତ ବୋଲି ସ୍ପଷ୍ଟ ହେଉଛି। ନବୀନ ନାମାଙ୍କନ ଦାଖଲ କରିବା ସମୟରେ ବିଜେଡିର ଅନେକ ଆଗଧାଡ଼ିର ନେତା ଉପସ୍ଥିତ ଥିଲେ। ୧୯ ତାରିଖରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ। ଖୁବ୍‌ଶୀଘ୍ର ଘୋଷଣା ହେବ ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ। ବିଜୁ ଜନତା ଦଳର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି। ବର୍ତ୍ତମାନ ୪ର୍ଥ ପର୍ଯ୍ୟାୟରେ ପହଁଞ୍ଚିଛି ବିଜେଡିର ନିର୍ବାଚନ ପ୍ରକ୍ରିୟା। ଏପ୍ରିଲ ୧୩ରୁ ୧୫ ତାରିଖ ଯାଏଁ ଜିଲ୍ଲା ସଭାପତି ନିର୍ବାଚନ ପ୍ରକ୍ରିୟା ହୋଇଥିଲା। ଏହି ପ୍ରକ୍ରିୟାରେ ୧୮ ଜିଲ୍ଲାର ସଭାପତିମାନେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି।

Leave A Reply

Your email address will not be published.