ପ୍ରମୁଖ ଖବର

ଆଇଏଏସ୍‌ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ
ଆଖି ବୁଜିଲା ନନ୍ଦନକାନନର ଧଳା ବାଘ ଶାବକ
ଜି-୭ ସମ୍ମିଳନୀରେ ସାମିଲ ନହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ
ଗନ୍ଧମାର୍ଦ୍ଦନ ପାହାଡ଼ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଠାବ
ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି
ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ, ଅଭିଯୁକ୍ତ ଶିକାରୀ ଗିରଫ

କୋଟିପତି ନିର୍ବାହୀ ଯନ୍ତ୍ରୀ ଗିରଫ

0

ଢେଙ୍କାନାଳ: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀ ଗିରଫ। ଗତକାଲି ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ରେଡ୍ କରିଥିଲା ଭିଜିଲାନ୍ସ। ଏକକାଳୀନ ୮ଟି ସ୍ଥାନରେ ଚଢାଉ କରାଯାଇଥିଲା। ଆଜି ତାଙ୍କୁ ଗିରଫ କରାଯାଇଛି। ଗୋଟିଏ ଉବଲ ଷ୍ଟୋରେ ବିଲଡ଼ିଙ୍ଗ ସହ ୨୨ଟି ପ୍ଲଟ, ୩୫୦ ଗ୍ରାମର ସୁନା ଅଳଙ୍କାର, ୧.୧୬ କୋଟିର ବ୍ୟାଙ୍କ ଡିପୋଜିଟ ପାଇଥିଲା ଭିଜିଲାନ୍ସ। ୨୩ ଲକ୍ଷରୁ ଅଧିକ ନଗଦ ଟଙ୍କା ତାଙ୍କ ଜ୍ବାଇଁଙ୍କ ଘରୁ ମିଳିଥିଲା।

ଢେଙ୍କାନାଳ ସହର ଗାୟତ୍ରୀ ନଗର ସ୍ଥିତ ବାସଭବନ ସମେତ ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ ଓ ସରକାରୀ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହସ୍ଥିତ ପୈତୃକ ଘର ଓ କଟକରେ ଚଢ଼ଉ କରିଥିଲା ଭିଜିଲାନ୍ସ। ତା ସହିତ ଭବାନୀପାଟଣାର ଧର୍ମଗଡ ଓ ଜୁନାଗଡ଼ରେ ଥିବା ଦୁଇ ଝିଅଙ୍କ ଘରେ ବି ରେଡ୍ ହୋଇଥିଲା। ଠାବ ହୋଇଥିବା ସଂପତ୍ତି ନେଇ ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ ରାମଚନ୍ଦ୍ର ଶତପଥୀ।

Leave A Reply

Your email address will not be published.