ପ୍ରମୁଖ ଖବର

୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ
କନ୍ଧମାଳ ସୀମା କଳିଙ୍ଗା ଘାଟିରେ ଓଲଟିଲା ବସ୍, ଜଣେ ମୃତ
ଏସଆଇ ପରୀକ୍ଷା ଘୋଟାଲା : ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ
‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ
ଓଡ଼ିଆ ଝିଅ ହେଲେ ଝାଡ଼ଖଣ୍ଡ ଡିଜିପି
ଆସନ୍ତାକାଲିଠୁ ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ

ସୋଆ ପ୍ରତିଷ୍ଠାତା ସଭାପତି ଓ ସ୍ପେନ୍ ରାଷ୍ଟ୍ରଦୂତଙ୍କ ସୌଜନ୍ୟମୂଳକ ସାକ୍ଷାତ

0

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏବଂ ସ୍ପେନ୍‌ର ରାଷ୍ଟ୍ରଦୂତ ହିଜ ଏକ୍ସିଲେନ୍ସି ଜୁଆନ୍ ଆନ୍‌ଟୋନିଓ ମାର୍ଚ ପୁଜୋଲଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା ହୋଇଛି। ସ୍ପେନର ରାଷ୍ଟ୍ରଦୂତ ଭାବେ ସେ ଏକାସଂଗେ ଭାରତ, ଭୁଟାନ, ନେପାଳ, ଶ୍ରୀଲଙ୍କା ଏବଂ ମାଳଦ୍ୱୀପକୁ ପ୍ରତିନିଧିତ୍ୱ କରୁଛନ୍ତି। ଶୁକ୍ରବାର ବିଶ୍ୱବିଦ୍ୟାଳୟ ମୁଖ୍ୟ କାର୍ଯ୍ୟାଳୟରେ ପ୍ରଫେସର ନାୟକଙ୍କ ସହ ସାକ୍ଷାତ ସମୟରେ ଦୁଇ ଦେଶ ମଧ୍ୟରେ ଶିକ୍ଷା, ସ୍ୱାସ୍ଥ୍ୟ ଓ ଅନ୍ୟାନ୍ୟ ପ୍ରସଙ୍ଗ ସହ ଆଲୋଚନା କରିବା ସହ ସୋଆରେ ସ୍ପାନିଶ ଭାଷାର ଶିକ୍ଷାକୁ ନେଇ ମଧ୍ୟ ଆଲୋଚନା କରିଥିଲେ। ଏହି ସାକ୍ଷାତ ଆଲୋଚନା ସମୟରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଉପସ୍ଥିତ ଥିଲେ।

Leave A Reply

Your email address will not be published.