ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏବଂ ସ୍ପେନ୍ର ରାଷ୍ଟ୍ରଦୂତ ହିଜ ଏକ୍ସିଲେନ୍ସି ଜୁଆନ୍ ଆନ୍ଟୋନିଓ ମାର୍ଚ ପୁଜୋଲଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା ହୋଇଛି। ସ୍ପେନର ରାଷ୍ଟ୍ରଦୂତ ଭାବେ ସେ ଏକାସଂଗେ ଭାରତ, ଭୁଟାନ, ନେପାଳ, ଶ୍ରୀଲଙ୍କା ଏବଂ ମାଳଦ୍ୱୀପକୁ ପ୍ରତିନିଧିତ୍ୱ କରୁଛନ୍ତି। ଶୁକ୍ରବାର ବିଶ୍ୱବିଦ୍ୟାଳୟ ମୁଖ୍ୟ କାର୍ଯ୍ୟାଳୟରେ ପ୍ରଫେସର ନାୟକଙ୍କ ସହ ସାକ୍ଷାତ ସମୟରେ ଦୁଇ ଦେଶ ମଧ୍ୟରେ ଶିକ୍ଷା, ସ୍ୱାସ୍ଥ୍ୟ ଓ ଅନ୍ୟାନ୍ୟ ପ୍ରସଙ୍ଗ ସହ ଆଲୋଚନା କରିବା ସହ ସୋଆରେ ସ୍ପାନିଶ ଭାଷାର ଶିକ୍ଷାକୁ ନେଇ ମଧ୍ୟ ଆଲୋଚନା କରିଥିଲେ। ଏହି ସାକ୍ଷାତ ଆଲୋଚନା ସମୟରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଉପସ୍ଥିତ ଥିଲେ।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ