ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ନବମ ଥର ପାଇଁ ସଭାପତି ହେଲେ ନବୀନ

0

ଭୁବନେଶ୍ବର: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ନିର୍ଦ୍ବନ୍ଦ୍ଵରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ବିଧିବଦ୍ଧ ଭାବେ ନାଁ ଘୋଷଣା କରିଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ ଦେବ। ଏକାମାତ୍ର ପ୍ରାର୍ଥୀ ଭାବେ ନବୀନ ନାମାଙ୍କନ ଦାଖଲ କରିଥିଲେ। ତେବେ ନବମଥର ଲାଗି ସଭାପତି ହେବା ପରେ ନବୀନଙ୍କୁ ବହୁ ନେତା ଏବଂ କର୍ମୀ ମାନେ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।

ବିଜେଡି ସଭାପତି ଭାବେ ନବୀନ ପଟ୍ଟନାୟକଙ୍କ ନାମ ଶନିବାର ବିଧିବଦ୍ଧ ଭାବେ ଘୋଷଣା ହୋଇଛି। କାରଣ ଦଳରୁ ନବୀନଙ୍କ ବ୍ୟତୀତ ଆଉ କେହି ଏହିି ପଦ ଲାଗି ନାମାଙ୍କନପତ୍ର ଦାଖଲ କରି ନ ଥିଲେ। ପୂର୍ବରୁ ମଧ୍ୟ ୧୯ରେ ନବୀନ ସଭାପତି ଭାବେ ୯ମ ଥର ଲାଗି ଦାୟିତ୍ୱ ନେବେ ବୋଲି ଦଳ ଭିତରେ ଚର୍ଚ୍ଚା ହେଉଥିଲା। ଅନ୍ୟପଟେ ଦଳର ରାଜ୍ୟ ପରିଷଦ ବୈଠକ ଶଙ୍ଖ ଭବନଠାରେ ଶନିବାର ଅନୁଷ୍ଠିତ ହୋଇଛି। ଏଥିରେ ଦଳର ବହୁ ବରିଷ୍ଠ ନେତାମାନେ ଯୋଗଦେଇଥିଲେ।

ତେବେ ଆଗକୁ ଦଳର ରଣନୀତି କ’ଣ ହେବ ଏବଂ ଦଳର କେଉଁ ସବୁ ସଙ୍ଗଠନର ଦାୟିତ୍ୱ କେଉଁମାନଙ୍କୁ ବଣ୍ଟାଯିବ ସେସବୁ ବିଷୟରେ ଆଲୋଚନା ହୋଇପାରେ। ଏଥର କିଛି ନୂଆ ପଦବୀ ଓ କମିଟି ସୃଷ୍ଟି କରିପାରନ୍ତି ନବୀନ। ସାଙ୍ଗଠନିକ ସମ୍ପାଦକ ପଦବୀ ଉଚ୍ଛେଦ କରି ପୂର୍ବ ପରି ମହାସଚିବ ପଦବୀ ସୃଷ୍ଟି କରାଯାଇପାରେ।

ଅନ୍ୟପଟେ ଦଳରେ ବହୁ ବରିଷ୍ଠ ନେତାମାନେ କିଛିଦିନ ହେବ ସିଧାସଳଖ ନବୀନଙ୍କୁ ବିଭିନ୍ନ କଥାରେ ଚ୍ୟାଲେଞ୍ଜ କରିବାରେ ଲାଗିଛନ୍ତି। ଯାହାକୁ ନେଇ ଦଳ ଭିତରେ ଏକ ଭିନ୍ନ ପ୍ରକାର ପରିସ୍ଥିତି ସୃଷ୍ଟି ହୋଇଛି। ତେଣୁ ଦଳ ସାଙ୍ଗଠନିକ ନିର୍ବାଚନ ଏବଂ କାହାକୁ କେଉଁ ଦାୟିତ୍ୱ ଦେବ ସେସବୁ ସ୍ଥିର କରିବା ଦିଗରେ ଦଳୀୟ ମୁଖିଆଙ୍କ ଚିନ୍ତା ବଢ଼ିଯାଇଛି। ତେବେ ନବୀନ ସଭାପତି ଦାୟିତ୍ୱ ନେବା ପରେ ରାଜ୍ୟ ପରିଷଦ ବୈଠକରେ କେଉଁସବୁ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହେଉଛି ତାହା ଉପରେ ସମସ୍ତଙ୍କ ନଜର ରହିବ।

Leave A Reply

Your email address will not be published.