ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ପରଲୋକରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି

0

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଶନିବାର ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ୭୦ ବର୍ଷ ବୟସରେ ସେ ଦେହ ତ୍ୟାଗ କରିଛନ୍ତି। ତାଙ୍କର କିଡନୀ ଜନିତ ସମସ୍ୟା ଯୋଗୁ ସେ ଗତ କିଛି ବର୍ଷ ଧରି ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲେ । ସେ ପ୍ରାୟ ଚାରି ଦଶନ୍ଧି ଧରି ଶାସନ ଏବଂ ରାଜନୀତିର ଖବର ପରିବେଷଣ କରିଥିଲେ। ସେ ଅନେକ ଖବର କାଗଜ ସଂସ୍ଥା ସହ ଜଡିତ ଥିଲେ। ସେ ଓଡ଼ିଶାର ସାମାଜିକ ଓ ରାଜନୈତିକ ଚେତନାର ଏକ ନିଷ୍ଠାବାନ କଣ୍ଠସ୍ବର ଥିଲେ ବୋଲି କୁହଯାଏ । ତାଙ୍କ ପରିବାରରେ ତାଙ୍କ ସ୍ତ୍ରୀ ସିପ୍ରା ମହାନ୍ତି ଏବଂ ଦୁଇ ଝିଅ ପୂଜା ଏବଂ ବନ୍ଦନା ରହିଛନ୍ତି।

ରତିକାନ୍ତ ମହାନ୍ତି ଦି ଏସିଆନ୍ ଏଜ୍, ଦିନଲିପି, ସ୍ୱରାଜ୍ୟ ଏବଂ ପର୍ଯ୍ୟବେକ୍ଷକ ଭଳି ଅନେକ ସମ୍ବାଦ ସଂସ୍ଥା ସହିତ କାମ କରିଥିଲେ। ତାଙ୍କ ବିୟୋଗରେ ଓଡିଶା ସାମ୍ବାଦିକ ଜଗତରେ ଶୋକର ଛାୟା ଖେଳି ଯାଇଥିବାବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ। ତାଙ୍କର ଦୀର୍ଘ ସମୟ ଧରି ସାମ୍ବାଦିକତା ଜୀବନରେ ସଚ୍ଚୋଟତା , ନୀରପେକ୍ଷତାଓ କର୍ତ୍ତବ୍ୟ ନିଷ୍ଠା ପାଇଁ ସେ ସ୍ମରଣୀୟ ହୋଇ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଅନ୍ୟପକ୍ଷେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ରଜନେତା ତାଙ୍କ ଦେହାନ୍ତ ଖବରପାଇ ଶୋକ ବ୍ୟକ୍ତ କରିଛନ୍ତି।

Leave A Reply

Your email address will not be published.