ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ସମ୍ବଲପୁରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

0

ସମ୍ବଲପୁର: ଆଜି ସମ୍ବଲପୁରରେ ଲୋକଙ୍କ ଦୁଃଖ ଶୁଣିଲେ ସରକାର। ସମ୍ୱଲପୁର ମହାନଗର ନିଗମ ଦୁର୍ଗାପାଲି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ। ପଶ୍ଚିମ ଓଡ଼ିଶାବାସୀଙ୍କ ପାଖରେ ପହଞ୍ଚିଛି ଲୋକଙ୍କ ସରକାର। ସମସ୍ୟାର ସମାଧାନ ପାଇଁ ଭୁବନେଶ୍ୱର ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିବା ଆବଶ୍ୟକ ନାହିଁ। ଖୋଦ୍‌ ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଖକୁ ଆସିଥିଲେ।

ପ୍ରଥମ ଥର ରାଜଧାନୀ ବାହାରେ ଅନୁଷ୍ଠିତ ହୋଇଛି ଏହି କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ୧୦ ଜଣ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି କରାଯାଇଛି। ଆଜି ସକାଳ ୮ଟାରୁ ଆରମ୍ଭ ହୋଇଛି ଜନ ଶୁଣାଣି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପୋର୍ଟାଲରେ ଆଜି ପାଇଁ ହଜାରେ ଲୋକେ ନିଜ ଅଭିଯୋଗ ଦାଏର କରିଛନ୍ତି। ଆଜି ୧୪୦୦ ଲୋକଙ୍କ ଅଭିଯୋଗ ଶୁଣାଣି ହୋଇଛି। ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ୧୮ ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସିଙ୍ଗଲ ୱିଣ୍ଡୋ ସିଷ୍ଟମରେ ତୁରନ୍ତ ୧୯ ଲକ୍ଷ ୫୦ ହଜାର ଟଙ୍କାର ଚିକିତ୍ସା ସହାୟତା ପ୍ରଦାନ କରାଯାଇଛି।

ଅନଲାଇନ୍ ସମେତ ଅଫଲାଇନରେ ବି ଅଭିଯୋଗ ଶୁଣାଯିବ। ଆଜିର ଅଭିଯୋଗ ଶୁଣାଣିରେ ଗୃହ, ରାଜସ୍ବ, ଗୃହ ନିର୍ମାଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଭଳି ବିଭାଗର ସଚିବଙ୍କ ସହ ୧୩ ଜଣ ସଚିବ ସ୍ତରୀୟ ବରିଷ୍ଠ ଆଇଏଏସ ଉପସ୍ଥିତ ଅଛନ୍ତି। ଗତକାଲି ଭୁବନେଶ୍ୱରରୁ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ସଡ଼କପଥରେ ସମ୍ବଲପୁର ଆସିଥିଲେ ମୁଖ୍ୟମନ୍ତ୍ରୀ। ସ୍ଥାନୀୟ ବିଧାୟକ ଜୟନାରାୟଣ ମିଶ୍ର ଓ ଜିଲ୍ଲାପାଳ ସିଦ୍ଦେଶ୍ୱର ବଳିରାମ ବୋନ୍ଦର ତାଙ୍କୁ ସ୍ୱାଗତ କରିଥିଲେ। ମୁଖ୍ୟମନ୍ତ୍ରୀ ସମଲେଶ୍ୱରୀ ମନ୍ଦିର ପରିଦର୍ଶନ କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଓ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ମା’ସମଲେଇଙ୍କ ଆଶୀର୍ବାଦ ନେଇଛନ୍ତି।

Leave A Reply

Your email address will not be published.