ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ଏପ୍ରିଲ ୨୪ରେ ମିଳିବ ନୂଆ ରାସନ କାର୍ଡ

0

ଭୁବନେଶ୍ୱର: ଚଳିତ ମାସ ୨୪ ତାରିଖରେ ବଣ୍ଟନ ହେବ ନୂଆ ରାସନ କାର୍ଡ। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏହି ନୂଆ ରାସନ କାର୍ଡ। ସୂଚନା ଦେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପଞ୍ଚାୟତିରାଜ ଦିବସରେ ବାଣ୍ଟିବେ ସରକାର। ପୁରୀରେ ନୂଆ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ। ପର୍ଯ୍ୟାୟ କ୍ରମେ ୫ ଲକ୍ଷ ୯୦ ହଜାର ନୂଆ କାର୍ଡ ବଣ୍ଟା ହେବ। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ, ଜିଲ୍ଲାପାଳମାନଙ୍କୁ ଆଜି ସୁଦ୍ଧା ନୂଆ କାର୍ଡ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେବି ୨୫ ଲକ୍ଷ ହିତାଧିକାରୀ ଇକେୱାଇସି କରିନାହାନ୍ତି। ସେମାନଙ୍କୁ ଯାଞ୍ଚ କରିବା ପାଇଁ ଅଫିସରମାନଙ୍କୁ ଫିଲ୍ଡ ଭିଜିଟ କରି ରିପୋର୍ଟ ଦେବାକୁ କୁହାଯାଇଛି। ରିପୋର୍ଟ ଆସିବା ପରେ କେଉଁ ହିତାଧିକାରୀ ଅଛନ୍ତି ଓ କିଏ ନାହାନ୍ତି, କାହାର ନାମ କଟାଯିବ ସେନେଇ ନିଷ୍ପତ୍ତି ନିଆଯିବ।

Leave A Reply

Your email address will not be published.