ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

0

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି।

ଏହି ତିନୋଟି କୋର୍ଟ ଗଠନ ହେବା ପରେ ଏହି ସବୁ ରାଜସ୍ୱ ତହସିଲ ଉପରେ କ୍ଷେତ୍ରାଧିକାର ଥିବା ଅନ୍ୟ ସମସ୍ତ ଜୁନିୟର ଡିଭିଜନ୍‌ ସିଭିଲ୍‌ ଜଜ୍‌ କୋର୍ଟ ଗୁଡିକର ଅଧିକାର ସମାପ୍ତ ହେଲା ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.