ପ୍ରମୁଖ ଖବର

ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ହସ୍ପିଟାଲ୍ ଲିଫ୍ଟରେ ଚାପି ହୋଇ ବୃଦ୍ଧାଙ୍କ ମୃତ୍ୟୁ

0

ଭଦ୍ରକ: ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ। ମୃତ ମହିଳା ହେଲେ ରାନ୍ଦିଆ ପଞ୍ଚାୟତ ନରସିଂହପୁର ଗ୍ରାମର ମିନତୀ ପରିଡା। ସେ ଶ୍ୱାସ ଓ ଥାଇରଏଡ଼ ରୋଗରେ ଆକ୍ରାନ୍ତ ହୋଇ ଭଦ୍ରକ ହସ୍ପିଟାଲକୁ ଆସିଥିଲେ ଏବଂ ଡାକ୍ତର ତାଙ୍କୁ ଆଡମିସନ କରିଦେଇଥିଲେ।

ମହିଳା ଜଣଙ୍କୁ ଫିମେଲ ମେଡ଼ିସିନ ୱାର୍ଡକୁ ଲିଫ୍ଟରେ ଉପରକୁ ନିଆ ଯାଉଥିବା ବେଳେ ହଟାତ ଲିଫ୍ଟ ଡୋରରେ ମହିଳା ଜଣଙ୍କ ଚାପି ହୋଇ ଯାଇଥିଲେ। ସୌଭାଗ୍ୟ ବଶତଃ ତାଙ୍କ ପିଲା ଦୁଇ ଜଣ ଦୌଡ଼ି ପଳାଇ ଆସିଥିଲେ। ମହିଳାଙ୍କ ମୃତ୍ୟୁକୁ ନେଇ ଡାକ୍ତରଖାନାରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଅନ୍ୟପଟେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରିବା ସହ ଯାହା ସରକାରଙ୍କ ସହାୟତା ରହିଛି ତାହା ଦିଆଯିବ ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କହିଛନ୍ତି।

ସେହିପରି ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି କଟର ମେସିନ ସାହାଯ୍ୟରେ ମୃତକଙ୍କୁ ବାହାର କରାଯାଉଛି। ଘଟଣାସ୍ଥଳରେ ଉପଜିଲ୍ଲାପାଳ, ତହସିଲଦାରଙ୍କ ସହ ବରିଷ୍ଠ ଅଧିକାରୀ ପହଞ୍ଚି ତଦନ୍ତ କରୁଛନ୍ତି।

Leave A Reply

Your email address will not be published.