ପ୍ରମୁଖ ଖବର

ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ପ୍ରଶାନ୍ତଙ୍କ ପରିବାରକୁ ମିଳିବ ୨୦ଲକ୍ଷ ଟଙ୍କାର ସହାୟତା

0

ଭୁବନେଶ୍ବର; ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ଶେଷକୃତ୍ୟ। ପ୍ରଶାନ୍ତ ଶତପଥୀଙ୍କୁ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଇସାଣୀ ଗାଁରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ମୃତ ପ୍ରଶାନ୍ତଙ୍କ ପରିବାର ବର୍ଗଙ୍କ ପାଇଁ ୨୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।
ପ୍ରଶାନ୍ତଙ୍କ ସ୍ତ୍ରୀଙ୍କୁ ମିଳିବ ଚାକିରି ଓ ପୁଅର ପାଠପଢ଼ା ପାଇଁ ସମସ୍ତ ବ୍ୟବସ୍ଥା ସରକାର କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ପ୍ରଶାନ୍ତଙ୍କ ଶେଷ ଯାତ୍ରାରେ ସାମିଲ ହୋଇଛନ୍ତି। ଗତକାଲି ରାତିରେ ମରଶରୀର ଜମ୍ମୁ-କଶ୍ମୀରରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା। ଭୁବନେଶ୍ବର ବିମାନବନ୍ଦରରେ ରାତି ପ୍ରାୟ ୧୨ଟା ୩୦ମିନିଟରେ ପହଞ୍ଚିଥିଲା ପ୍ରଶାନ୍ତଙ୍କ ମରଶରୀର।

ପ୍ରଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପିସିସି ସଭାପତି ଭକ୍ତ ଦାସଙ୍କ ସହ ପୋଲିସ ଡିଜି ୱାଇ.ବି ଖୁରାନିଆ ଓ ବରିଷ୍ଠ ପୋଲିସ ଅଧିକାରୀ।

Leave A Reply

Your email address will not be published.