ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନ ମାନ୍ୟତା

0

ମୟୂରଭଞ୍ଜ: ଭିତର କନିକା ପରେ ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା। ରାଜ୍ୟ ସରକାର ନେଇଛନ୍ତି ଏହି ଐତିହାସିକ ନିଷ୍ପତ୍ତି। ମୟୂରଭଞ୍ଜର ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପକୁ ଜାତୀୟ ଉଦ୍ୟାନ ଭାବେ ଘୋଷଣା କରିଛନ୍ତି। ଦୀର୍ଘ ୪୫ ବର୍ଷ ପରେ ପୂରଣ ହୋଇଛି ଦାବି। ୧୯୮୦ ମସିହାରେ ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା ପ୍ରଦାନ ନେଇ ପ୍ରସ୍ତାବ ରଖାଯାଇଥିଲା।

ଏହି ଅଞ୍ଚଳ ଜଙ୍ଗଲ କ୍ଷୟ, ବିସ୍ଥାପନ ଏବଂ ସ୍ଥାନୀୟ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ସମ୍ପ୍ରଦାୟ ପାଇଁ ଶିକ୍ଷା ଏବଂ ସ୍ବାସ୍ଥ୍ୟସେବା ଉପଲବ୍ଧତାର ଅଭାବ ଆଦି ଚ୍ୟାଲେଞ୍ଜର ମଧ୍ୟ ସମ୍ମୁଖୀନ ହେଉଛି। ତେବେ ଶିମିଳିପାଳ ଅଞ୍ଚଳର ବିକାଶ ପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଶିମିଳିପାଳ ଆମ ରାଜ୍ୟର ଗର୍ବ ଓ ଗୌରବ। କେବଳ ଆମ ରାଜ୍ୟ ନୁହେଁ, ଏପରି କି ସମଗ୍ର ଭାରତରେ ଶିମିଳିପାଳ ଏକ ଅନନ୍ୟ ଜୈବବିବିଧତା ସୁନାମ ଆଣି ଦେଇଛି। ୧୯୮୦ ମସିହାରେ ଆରମ୍ଭ ହୋଇଥିବା ଏହି ଦୀର୍ଘକାଳୀନ ପ୍ରସ୍ତାବ ଏବେ ସାକାର ହୋଇଛି। ଏହା ଓଡ଼ିଶାରେ ସଂରକ୍ଷଣ ପାଇଁ ଏକ ବଡ଼ ପଦକ୍ଷେପ।”

ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ଏହି ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଶିମିିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା ନେଇ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave A Reply

Your email address will not be published.