ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନ ମାନ୍ୟତା

0

ମୟୂରଭଞ୍ଜ: ଭିତର କନିକା ପରେ ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା। ରାଜ୍ୟ ସରକାର ନେଇଛନ୍ତି ଏହି ଐତିହାସିକ ନିଷ୍ପତ୍ତି। ମୟୂରଭଞ୍ଜର ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପକୁ ଜାତୀୟ ଉଦ୍ୟାନ ଭାବେ ଘୋଷଣା କରିଛନ୍ତି। ଦୀର୍ଘ ୪୫ ବର୍ଷ ପରେ ପୂରଣ ହୋଇଛି ଦାବି। ୧୯୮୦ ମସିହାରେ ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା ପ୍ରଦାନ ନେଇ ପ୍ରସ୍ତାବ ରଖାଯାଇଥିଲା।

ଏହି ଅଞ୍ଚଳ ଜଙ୍ଗଲ କ୍ଷୟ, ବିସ୍ଥାପନ ଏବଂ ସ୍ଥାନୀୟ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ସମ୍ପ୍ରଦାୟ ପାଇଁ ଶିକ୍ଷା ଏବଂ ସ୍ବାସ୍ଥ୍ୟସେବା ଉପଲବ୍ଧତାର ଅଭାବ ଆଦି ଚ୍ୟାଲେଞ୍ଜର ମଧ୍ୟ ସମ୍ମୁଖୀନ ହେଉଛି। ତେବେ ଶିମିଳିପାଳ ଅଞ୍ଚଳର ବିକାଶ ପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଶିମିଳିପାଳ ଆମ ରାଜ୍ୟର ଗର୍ବ ଓ ଗୌରବ। କେବଳ ଆମ ରାଜ୍ୟ ନୁହେଁ, ଏପରି କି ସମଗ୍ର ଭାରତରେ ଶିମିଳିପାଳ ଏକ ଅନନ୍ୟ ଜୈବବିବିଧତା ସୁନାମ ଆଣି ଦେଇଛି। ୧୯୮୦ ମସିହାରେ ଆରମ୍ଭ ହୋଇଥିବା ଏହି ଦୀର୍ଘକାଳୀନ ପ୍ରସ୍ତାବ ଏବେ ସାକାର ହୋଇଛି। ଏହା ଓଡ଼ିଶାରେ ସଂରକ୍ଷଣ ପାଇଁ ଏକ ବଡ଼ ପଦକ୍ଷେପ।”

ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ଏହି ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଶିମିିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା ନେଇ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave A Reply

Your email address will not be published.