ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଭୋଜି ଖାଇବାକୁ ଆସି ପୋଖରୀରେ ବୁଡ଼ି ୩ ନାବାଳକ ମୃତ

0

ନୟାଗଡ଼: ନୟାଗଡ଼ ଜିଲ୍ଲା ଦଶପଲ୍ଲାର ଗୋଡ଼ିବିଡା ଗାଁରେ ଦୁଃଖଦ ଘଟଣା ଘଟିଛି। ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଗୋଡ଼ିବିଡ଼ା ଗାଁ ପୋଖରୀରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ନୂଆଗାଁ ଥାନା ଖାଲମଡା ଗାଁର ରିତେଶ ପ୍ରଧାନ(୧୧), ଗୋଡିବିଡା ଗାଁର ଉମାକାନ୍ତ ନାୟକ(୧୦), ଓଡ଼ଗାଁ ଥାନା ପୋଡ଼ାସାହି ଗାଁର ଶୁଭ ଖିଲାଏର (୧୨)।

ଗୋଡ଼ିବିଦା ଗାଁକୁ ବାହାଘର ଭୋଜି ଖାଇବାକୁ ୩ ଜଣ ନାବାଳକ ପରିବାର ଲୋକଙ୍କ ସହ ଆସିଥିଲେ। ସକାଳେ ଗାଧୋଇବା ପାଇଁ ନିକଟସ୍ଥ ପୋଖରୀକୁ ଯାଇଥିବା ବେଳେ ଅଘଟଣ ଘଟିଥିଲା। ୩ଜଣ ନାବାଳକ ଗୋଡ଼ିବିଡା ଗାଁ ନିକଟରେ ଥିବା ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ଜଣେ ନାବାଳକଙ୍କ ଗୋଡ଼ ଖସି ଯାଇଥଲା। ନାବାଳକ ଜଣଙ୍କ ବୁଡ଼ି ଯାଇଥିଲେ। ଏହି ସମୟରେ ଅନ୍ୟ ୨ ଜଣ ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ସେମାନେ ମଧ୍ୟ ବୁଡ଼ି ଯାଇଥିଲେ। ପରିବାର ଲୋକେ ପିଲାମାନଙ୍କୁ ଖୋଜାଖୋଜି କରିଥିଲେ, ହେଲେ ପାଇନଥିଲେ। ପରେ ପୋଖରୀରୁ ଗୁରୁତର ଅବସ୍ଥାରେ ସେମାନଙ୍କର ମୃତଦେହ ଉଦ୍ଧାର କରାଯାଇ ଦଶପଲ୍ଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

Leave A Reply

Your email address will not be published.