ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ପୁରୀ ବିମାନବନ୍ଦର ପାଇଁ ମିଳିଲା କେନ୍ଦ୍ର ସରକାରଙ୍କ ମଞ୍ଜୁରୀ

0

ନୂଆଦିଲ୍ଲୀ: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ ସିଧାସଳଖ ଯୋଗାଯୋଗ ବୃଦ୍ଧି ହେବ। ଏଥିସହିତ ପୁରୀ ଏବଂ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ ମାଇଲ୍‌ ଖୁଣ୍ଟ ସୃଷ୍ଟି ହେବ।

ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ ବନ୍ଦର ନାମରେ ନାମିତ ଏହି ମହତ୍ୱାକାଂକ୍ଷୀ ଭିତ୍ତିଭୂମି ପ୍ରକଳ୍ପଟି ୫,୬୩୧ କୋଟି ଟଙ୍କା ମୂଲ୍ୟରେ ୧,୧୬୪ ଏକର ଜମିରେ ବିକଶିତ ହେବ। ଏହି ନିର୍ମାଣ କାର୍ଯ୍ୟ ୩ଟି ପର୍ଯ୍ୟାୟରେ ହେବାକୁ ଯାଉଥିବା ବେଳେ ଏହା ସମ୍ପୂର୍ଣ୍ଣ ହେବା ପରେ ବାର୍ଷିକ ୪୬ ଲକ୍ଷ ଯାତ୍ରୀଙ୍କ ବିମାନ ଯାତାୟତ ପାଇଁ ସୁବିଧା ପ୍ରଦାନ କରିବ। ଏହି ବିମାନ ବନ୍ଦର ଦ୍ୱାରା ରାଜ୍ୟରେ ଆଞ୍ଚଳିକ ସଂଯୋଗୀକରଣ ବୃଦ୍ଧିହେବା ସହିତ ରାଜ୍ୟରେ ଆର୍ଥିକ ଅଭିବୃଦ୍ଧିକୁ ଏକ ନୂତନ ଗତି ମିଳିବ ଏବଂ ପବିତ୍ର ପୁରୀ ସହର ତୀର୍ଥ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ସୁଗମ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଶା ପ୍ରକାଶ କରିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମ ମୋହନ ନାଇଡୁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।

Leave A Reply

Your email address will not be published.