ପ୍ରମୁଖ ଖବର

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍‌-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

ପୋଲିସ୍ ଇନ୍‌ଫର୍ମର ସନ୍ଦେହରେ ସରପଞ୍ଚଙ୍କ ଗଳାକାଟି ହତ୍ୟା କଲେ ମାଓବାଦୀ

0

ଛତିଶଗଡ଼: ମାଲଗାନଗିରି ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ। ନାୟବ ସରପଞ୍ଚଙ୍କୁ ନିର୍ମମ ହତ୍ୟା କରିଛନ୍ତି ମାଓବାଦୀ । ପୋଲିସ୍ ଇନ୍‌ଫର୍ମର ସନ୍ଦେହରେ ନାୟବ ସରପଞ୍ଚଙ୍କ ଗଳାକାଟି ହତ୍ୟା କରିଛନ୍ତି। ମୃତ ନାୟବ ସରପଞ୍ଚ ଜଣକ ହେଲେ ତାରଲାବେଡ଼ା ପଞ୍ଚାୟତର ମୁଚାକି ରାମା । ହତ୍ୟା ପରେ ଉକ୍ତ ଅଞ୍ଚଳରେ ପୋଲିସ ପକ୍ଷରୁ କମ୍ବିଂ ଅପରେସନ୍କୁ ଜୋରଦାର କରାଯାଇଛି।

ନକ୍ସଲଙ୍କୁ ସମ୍ପୂର୍ଣ୍ଣ ସଫା କରିବା ପାଇଁ ସୀମାନ୍ତ ଛତିଶଗଡରେ ଅପରେସନକୁ ଜୋରଦାର କରାଯାଇଛି। ଏହି ଅପରେସନକୁ ମୁଖ୍ୟମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀ ଏବଂ ପୋଲିସର ଉଚ୍ଚ ପଦାଧିକାରୀ ନଜର ରଖିଆସୁଛନ୍ତି। ଏହି କ୍ରମରେ ପୁଣି ସୀମାନ୍ତ ଛତିଶଗଡରେ ମାଓବାଦୀ ମାନେ ତାଙ୍କ ଘୃଣ୍ୟ କାର୍ଯ୍ୟକଳାପ ଆରମ୍ଭ କରିଦେଇଛନ୍ତି। ଗତକାଲି (ସୋମବାର) ସକାଳେ କାରେଗୁଟ୍ଟା ଜଙ୍ଗଲରେ ଦୁଇ ଏସଟିଏଫ ଯବାନ ପ୍ରେସର ବୋମାର ଶିକାର ହୋଇଥିଲେ। ତୁରନ୍ତ ଜଙ୍ଗଲ ଉପରେ ବୁଲୁଥିବା ହେଲିକପ୍ଟର ସାହାଯ୍ୟରେ ଦୁଇ ଯବାନଙ୍କୁ ବିଜାପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା।

Leave A Reply

Your email address will not be published.