ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ରାଜ୍ୟର ସବୁ ଆଇପିଏସ୍‍ , ଜିଲାପାଳ ଓ ଆର୍‌ଡିସିଙ୍କ ଛୁଟି ବାତିଲ

0

ଭୁବନେଶ୍ବର: ଓଡ଼ିଶାର ସମସ୍ତ ଆଇପିଏସ୍‍ ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ପୁଲିସ ମୁଖ୍ୟାଳୟ ନଛାଡିବାକୁ ନିର୍ଦ୍ଦେଶ ଜାରି ହେବା ସହ ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।

ଏପରିକି ଟ୍ରେନିଂରେ ଥିଲେ ବି ଯୋଗ ଦେବାକୁ ଓଡ଼ିଶା ପୁଲିସଙ୍କୁ ଗୃହ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି। ଏଭଳି ସମୟରେ କୌଣସି ଅଫିସରଙ୍କୁ ଛୁଟି ନଦେବାକୁ କଡା ନିର୍ଦ୍ଦେଶ ଦିଆଯାଇଛି। ଶୁକ୍ରବାର ଗୃହମନ୍ତ୍ରୀ ଅମିତ ଶାହଙ୍କ ବୈଠକ ପରେ ସବୁ ବିଭାଗର ଅଫିସରଙ୍କ ଛୁଟି ବାତିଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ପୂର୍ବରୁ ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ ଏବଂ ହରିୟାଣାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।
ସେହିପରି ରାଜ୍ୟ ସରକାର ସମସ୍ତ ଜିଲାପାଳ ଏବଂ ଆର୍‌ଡିସିଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ଏହି ସମୟରେ ମଧ୍ୟରେ କାହାରିକୁ ଛୁଟି ଦିଆଯିବ ନାହିଁ। ଯେଉଁମାନେ ବି ଛୁଟିରେ ଅଛନ୍ତି, ସେମାନେ ଶୀଘ୍ର ଆସି କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି।

Leave A Reply

Your email address will not be published.