ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ରାଜ୍ୟର ସବୁ ଆଇପିଏସ୍‍ , ଜିଲାପାଳ ଓ ଆର୍‌ଡିସିଙ୍କ ଛୁଟି ବାତିଲ

0

ଭୁବନେଶ୍ବର: ଓଡ଼ିଶାର ସମସ୍ତ ଆଇପିଏସ୍‍ ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ପୁଲିସ ମୁଖ୍ୟାଳୟ ନଛାଡିବାକୁ ନିର୍ଦ୍ଦେଶ ଜାରି ହେବା ସହ ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।

ଏପରିକି ଟ୍ରେନିଂରେ ଥିଲେ ବି ଯୋଗ ଦେବାକୁ ଓଡ଼ିଶା ପୁଲିସଙ୍କୁ ଗୃହ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି। ଏଭଳି ସମୟରେ କୌଣସି ଅଫିସରଙ୍କୁ ଛୁଟି ନଦେବାକୁ କଡା ନିର୍ଦ୍ଦେଶ ଦିଆଯାଇଛି। ଶୁକ୍ରବାର ଗୃହମନ୍ତ୍ରୀ ଅମିତ ଶାହଙ୍କ ବୈଠକ ପରେ ସବୁ ବିଭାଗର ଅଫିସରଙ୍କ ଛୁଟି ବାତିଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ପୂର୍ବରୁ ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ ଏବଂ ହରିୟାଣାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।
ସେହିପରି ରାଜ୍ୟ ସରକାର ସମସ୍ତ ଜିଲାପାଳ ଏବଂ ଆର୍‌ଡିସିଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ଏହି ସମୟରେ ମଧ୍ୟରେ କାହାରିକୁ ଛୁଟି ଦିଆଯିବ ନାହିଁ। ଯେଉଁମାନେ ବି ଛୁଟିରେ ଅଛନ୍ତି, ସେମାନେ ଶୀଘ୍ର ଆସି କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି।

Leave A Reply

Your email address will not be published.