ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ବର୍ଗଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

0

ଭୁବନେଶ୍ବର: ସିଭିଲ ଡିଫେନ୍ସରେ ସାମିଲ ହେବାକୁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ। ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ। ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ। ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ ସଙ୍ଗଠନରେ ସ୍ବେଚ୍ଛାସେବୀ ଭାବେ ଯୋଗ ଦେବାକୁ ଯୁବ ସମାଜ ଆଗେଇ ଆସନ୍ତୁ। ସେବା ଓ ଜାତୀୟତାର ମନୋଭାବକୁ ଆହୁରି ଦୃଢ଼ କରନ୍ତୁ। ଏହି ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଏକ ଭିଡ଼ିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,”ଦେଶର ସାଧାରଣ ଲୋକଙ୍କ ଜନଜୀବନର ସୁରକ୍ଷା ଆମ ସମସ୍ତଙ୍କର କର୍ତ୍ତବ୍ୟ। ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ। ଏଥିପାଇଁ ଜାତୀୟତାର ମନୋଭାବ ରଖି ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ ସଙ୍ଗଠନରେ ସ୍ୱେଚ୍ଛାସେବୀ ଭାବେ ଯୋଗ ଦେବା ପାଇଁ ମୁଁ ଜନ ସାଧାରଣଙ୍କୁ ଆହ୍ବାନ କରୁଛି। “ଇଚ୍ଛୁକ ସ୍ୱେଚ୍ଛାସେବୀମାନେ ଜିଲ୍ଲାସ୍ତରରେ ଜିଲ୍ଲାପାଳଙ୍କୁ ଆବେଦନ କରିପାରିବେ। ଜିଲ୍ଲାପାଳ ହେଉଛନ୍ତି ଜିଲ୍ଲା ବେସାମରିକ ସୁରକ୍ଷାର ନିୟନ୍ତ୍ରକ।

ଏହି ସ୍ୱେଚ୍ଛାସେବୀ ମାନଙ୍କୁ ପ୍ରଶିକ୍ଷିତ କରାଯିବ। ଆବଶ୍ୟକ ହେଲେ, ସେବା ଓ ଜାତୀୟତାର ମନୋଭାବ ରଖି ସେମାନେ ଜନସାଧାରଣଙ୍କୁ ସେବା ଯୋଗାଇଦେବେ। ଆମ ରାଜ୍ୟର ୧୨ଟି ସ୍ଥାନରେ ସିଭିଲ ଡିଫେନ୍ସ ସଙ୍ଗଠନ କାର୍ଯ୍ୟ କରୁଛି। ଆବଶ୍ୟକ‌ତା ଅନୁଯାୟୀ ଅନ୍ୟ ସ୍ଥାନମାନଙ୍କରେ ନୂଆ ସଙ୍ଗଠନ ଗଢିବାକୁ ମୁଁ ନିର୍ଦ୍ଦେଶ ଦେଇଛି। ମୋର ଆଶା ଓ ବିଶ୍ବାସ, ସେବା ଓ ଜାତୀୟତାର ମନୋଭାବ ରଖି ଅନେକ ବ୍ୟକ୍ତି ବିଶେଷ, ବିଶେଷକରି ଯୁବ ବର୍ଗ, ଏଥିପାଇଁ ଆଗେଇ ଆସିବେ। “

Leave A Reply

Your email address will not be published.