ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ

ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଯୁବକ ମୃତ

0

ପୁରୀ: ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ। ପୁରୀରେ ବର୍ତ୍ତମାନ ଚନ୍ଦନ ଯାତ୍ରା ଜାରି ରହିଥିବା ବେଳେ ନରେନ୍ଦ୍ର ପୋଖରୀରେ ବୁଡ଼ି ଜଣେ ଯୁବକ ମୃତ। ଆଜି ଅପରାହ୍ନରେ ଗାଧେଇବା ବେଳେ ଯୁବକ ଜଣକ ପୋଖରୀରେ ବୁଡ଼ି ନିଖୋଜ ହୋଇଯାଇଥିଲେ। ଏନେଇ ଖବର ପାଇବା ପରେ ଅଗ୍ନିଶମ ବାହୀନି ଘଟଣାସ୍ଥଳରେ ପହଞ୍ଚି ବହୁ ଖୋଜାଖୋଜି କରିଥିଲା। ଦୀର୍ଘ ସମୟ ଧରି ଖୋଜାଖୋଜି କରିବା ପରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ଏହି ସର୍ଚ୍ଚ ଅପରେସନରେ ୨ ଜଣ ସ୍କୁବା ଡ୍ରାଇଭର ମଧ୍ୟ ନିୟୋଜିତ ଥିଲେ। ତେବେ ଅଧଘଣ୍ଟାର ସର୍ଚ୍ଚ ଅପରେସନ ପରେ ଅଗ୍ନିଶମ ବାହୀନିଙ୍କ ଦ୍ୱାରା ଯୁବକଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ମୃତ ଯୁବକଙ୍କ ପରିଚୟ ମିଳିପାରିନି।

Leave A Reply

Your email address will not be published.