ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ରାଜା ଚକ୍ରଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ

0

କଟକ: ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଦନ ଲୋଡିଂ ମାମଲାରେ ରାଜା ଚକ୍ରର ଜାମିନ ଆବେଦନ ଖାରଜ। ଆଜି ତାଙ୍କ ଜାମିନ ଆବେଦନକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି । ଏହାସହ ରାଜାର ୩ ସହଯୋଗୀଙ୍କ ଜାମିନ ଆବେଦନ ମଧ୍ୟ ଖାରଜ କରିଦେଇଛନ୍ତି ହାଇକୋର୍ଟ।

ଏହି ମାମଲାରେ ୫ ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ମାନସ ବାରିକ, ଉତ୍କଳ ଦାସ, ସୁଶାନ୍ତ ସାମଲଙ୍କ ଜାମିନ ଖାରଜ କରାଯାଇଛି। ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ରାଜା ଚକ୍ରର ସହଯୋଗୀ ମାର୍ଚ୍ଚ ୨୦ ତାରିଖରେ ଗିରଫ ହୋଇଥିଲା।

ଅନ୍ୟପଟେ, ରାଜା ଚକ୍ରର ଆଲିସାନ ଫାର୍ମ ହାଉସ୍ ବାଜ୍ୟାପ୍ତି ହେବ। ସିଲ୍ ପରେ ଆରମ୍ଭ ହୋଇଛି ପ୍ରକ୍ରିୟା। କେନ୍ଦୁଝର ଜିଲ୍ଲା ଗୋପାଳପୁର ମୌଜାରେ ୧୧ ଏକର ପରିମିତ ଜମିରେ ଥିବା ରାଜାର ଫାର୍ମ ହାଉସ୍ ଉପରେ ଇଓଡବ୍ଲୁ ପକ୍ଷରୁ ଚଢ଼ାଉ କରାଯାଇଥିଲା। ସ୍ଥାନୀୟ ପ୍ରଶାସନ ସାହାଯ୍ୟରେ କରାଯାଇଛି ମାପଚୁପ।

ସୂଚନାଯୋଗ୍ୟ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାରେ ତଦନ୍ତ କରୁଛି କ୍ରାଇମ ବ୍ରାଞ୍ଚ। ଏହି ଘଟଣାରେ କ୍ରାଇମ ବ୍ରାଞ୍ଚ ରାଜା ଚକ୍ର ସମେତ ୪ ଜଣଙ୍କୁ ଗିରଫ କରି ତଦନ୍ତ ଚଳାଇଥିଲେ। ତେବେ ଏହି ଘଟଣାରେ ତଦନ୍ତକାରୀ ସଂସ୍ଥା ରାଜା ଚକ୍ରଙ୍କୁ ଅଧିକ ପଚରାଉଚରା କରିବାକୁ ସ୍ଥାନୀୟ ଏସଡିଜେଏମ କୋର୍ଟରେ ୭ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରିଥିଲେ।

ତେବେ କେନ୍ଦୁଝର ଶୁଆକାଟି ସ୍ଥିତ ଗନ୍ଧମାର୍ଦ୍ଦନ ଲୋଡ଼ିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋଅପରେଟିଭ ସୋସାଇଟିର ସଦସ୍ୟ ନଥାଇ ରାଜା ଚକ୍ର ଓ ତାଙ୍କ ସହଯୋଗୀ କୋଟି କୋଟି ଟଙ୍କା ଅତ୍ମସାତ କରିଥିବା ଅଭିଯୋଗ ହୋଇଥିଲା। ପଚରାଉଚରା ପରେ ରାଜାଚକ୍ରଙ୍କୁ ବାନ୍ଧିଥିଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ।

Leave A Reply

Your email address will not be published.