ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡିଲେ ତିଗିରିଆ ଥାନା ଏଏସଆଇ

0

ତିଗିରିଆ: ଭିଜିଲାନ୍ସ ଜାଲରେ ତିଗିରିଆ ଥାନା ଏଏସଆଇ ପ୍ରଦୀପ ବେହେରା। ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପ୍ରଦୀପଙ୍କୁ ଧରିଛି ଭିଜିଲାନ୍ସ ଟିମ୍‍। ସୂଚନା ଅନୁସାରେ ଏକ ମାମଲାର ରଫାଦଫା କରିବା ପାଇଁ ପ୍ରଦୀପ ଲାଞ୍ଚ ନେଉଥିଲେ। ଖବର ପାଇ ଭିଜିଲାନ୍ସ ଏହି ସମୟରେ ତାଙ୍କୁ ମାଡିବସିଥିଲା।

ପ୍ରଦୀପଙ୍କୁ ଅଟକ ରଖି ଅଧିକ ଖୋଳତାଡ ଆରମ୍ଭ କରିଛି ଭିଜିଲାନ୍ସ। କିଛି ଦିନ ତଳେ ତିଗିରିଆ ଥାନା ଅନ୍ତର୍ଗତ ପାଞ୍ଚଗାଁର ଏକ ଦଳିତ ମାମଲାର ସମାଧାନ କରାଇବା ନିମନ୍ତେ ୫ ହଜାର ଟଙ୍କା ନେବା ପାଇଁ ଦାବି କରିଥିଲେ ପ୍ରଦୀପ ବେହେରା। ଆଗରୁ ମଧ୍ୟ ଏଭଳି ଘଟଣା ତିଗିରିଆ ଥାନାରେ ହେଉଥିବା ଅଭିଯୋଗ ହୋଇ ଆସୁଥିବା ସାଧାରଣରେ ଚର୍ଚ୍ଚା ହେଉଥିଲା। ପ୍ରଦୀପଙ୍କ ନାମରେ ପୂର୍ବରୁ ଏଭଳି ଲାଞ୍ଚ ଦାବି କରୁଥିବା ନେଇ ଅଭିଯୋଗ ହୋଇ ଆସୁଥିଲା। ଏହାର ଆଧାରରେ ଭିଜିଲାନ୍ସ ଆଜି ଥାନା ଏଏସଆଇଙ୍କୁ ରେଡ ହ୍ୟାଣ୍ଡରେ ଧରିଛି।

Leave A Reply

Your email address will not be published.