ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଆତ୍ମସମର୍ପଣ କଲେ ୨୪ ମାଓବାଦୀ

0

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ପୋଲିସ ନିକଟରେ ୨୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଭାଙ୍ଗୁଛି ମାଓଗଡ଼। ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆଗେଇ ଆସୁଛନ୍ତି ମାଓବାଦୀ। ଲଗାତାର ଲାଲବାହିନୀ ଆତ୍ମସମର୍ପଣ କରୁଛନ୍ତି।

ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ପୋଲିସ ନିକଟରେ ମୋଟ୍‌ ୮୭.୫୦ ଲକ୍ଷ ଟଙ୍କାର ୨୪ ଜଣ ଇନାମି ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀଙ୍କ ମଧ୍ୟରେ ୧୦ ଲକ୍ଷ ଇନାମି ମାଓବାଦୀ ରାକେଶ ଥିବା ସହ ୨୪ ଜଣଙ୍କ ମଧ୍ୟରୁ ୨୦ ଜଣ ମାଓବାଦୀଙ୍କ ନାମରେ ୮୭.୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା।

ତେବେ ଯବାନମାନଙ୍କ ମାଓବିରୋଧୀ ଅପରେଶନ, ବିଭିନ୍ନ ସ୍ଥାନରେ ଯବାନଙ୍କ କ୍ୟାମ୍ପ ସ୍ଥାପନକୁ ଭୟ ଓ ସରକାରଙ୍କ ବିଭିନ୍ନ ଯୋଜନା ଦ୍ବାରା ଆକୃଷ୍ଟ ହୋଇ ଏହି ମାଓବାଦୀମାନେ ଆତ୍ମସମର୍ପଣ କରିଛନ୍ତ। ତେବେ ଆତ୍ମସମର୍ପଣ କରିଥିବା ମାଓବାଦୀମାନଙ୍କୁ ସରକାରଙ୍କ ସମସ୍ତ ସୁବିଧା ମିଳିବା ସହ ସମସ୍ତଙ୍କୁ ୫୦ ହଜାର ଟଙ୍କା ଦିଆହୋଇଛି। ତେବେ ଅନ୍ୟ ମାଓବାଦୀମାନଙ୍କୁ ମଧ୍ୟ ମ୍ୟୁସ୍ରୋତରେ ସାମିଲ ହେବା ପାଇଁ ପୋଲିସ ପକ୍ଷରୁ ଆହ୍ୱାନ କରାଯାଇଛି।

Leave A Reply

Your email address will not be published.