ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଉତ୍କଳ ୟୁନିଭର୍ସିଟିର ଭାରପ୍ରାପ୍ତ କୁଳପତି ହେଲେ ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟ

0

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି ଭାବରେ ନିଯୁକ୍ତି ହୋଇଛନ୍ତି ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ। ରାଜଭବନ ପକ୍ଷରୁ ପ୍ରକାଶ ପାଇଥିବା ନିର୍ଦ୍ଦେଶନାମା ଅନୁସାରେ ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟ ନୂଆ ଭିସିଙ୍କ ନିଯୁକ୍ତି ପର୍ଯ୍ୟନ୍ତ ଦାୟିତ୍ୱରେ ରହିବେ। ଯଜ୍ଞେଶ୍ୱର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟ ବାୟୋଟେକ୍ନୋଲୋଜି ବିଭାଗ ଦାୟିତ୍ବରେ ଅଛନ୍ତି।

ପୂର୍ବରୁ ପ୍ରଫେସର ସବିତା ଆଚାର୍ଯ୍ୟ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଦାୟିତ୍ବରେ ରହିଥିଲେ। ତାଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ୨୩ ନଭେମ୍ବର ୨୦୨୪ରେ ୬ ମାସ ପାଇଁ କୁଳପତି ପଦବୀରେ ପୁଣିଥରେ କାର୍ଯ୍ୟ ଅବଧି ବଢାଯାଇଥିଲା। ମେ’ ୨୩ ତାରିଖରେ ତାଙ୍କ କାର୍ଯ୍ୟ ଅବଧି ଶେଷ ହୋଇଥିଲା। ପ୍ରଫେସର ସବିତା ଆଚାର୍ଯ୍ୟଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ୩ଦିନ ଧରି ବିନା କୁଳପତିରେ ଚାଲିଥିଲା ବିଶ୍ୱବିଦ୍ୟାଳୟ। ସେହିଦିନ ଠାରୁ ଖାଲି ପଡ଼ିଥିଲା ଭିସି ପଦବୀ। ସୋସିଆଲ ମିଡିଆରେ ଚର୍ଚ୍ଚା ପରେ ଅସ୍ଥାୟୀ କୁଳପତି ନିଯୁକ୍ତ ହୋଇଛନ୍ତି।

Leave A Reply

Your email address will not be published.