ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ରାଜନାଥ ସିଂଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ନୂଆଦିଲ୍ଲୀ: ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟି ଦେଶ ତଥା ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗକୁ ନେଇ ଆଲୋଚନା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜନାଥ ସିଂଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ଏକ ପ୍ରତିମୂର୍ତ୍ତି ଉପହାର ଦେଇଛନ୍ତି। ଅପରେସନ ସିନ୍ଦୂରର ସଫଳତା ପାଇଁ ଶୁଭେଚ୍ଛା ଜଣାଇବା ସହ ଦେଶ ତଥା ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିବା ସୂଚନା ମିଳିଛି।

ପୂର୍ବରୁ ମୁଖ୍ୟମନ୍ତ୍ରୀ ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁରୀ ଆସିବାକୁ ନିମନ୍ତ୍ରଣ କରିଛନ୍ତି। ଏପରିକି ସମସ୍ତ କେନ୍ଦ୍ରମନ୍ତ୍ରୀ, NDA ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।

Leave A Reply

Your email address will not be published.