ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ରାଉରକେଲାରେ ବିସ୍ଫୋରକ ଭର୍ତ୍ତି ୨ ଟ୍ରକ୍ ଜବତ

0

ରାଉରକେଲା: ରଘୁନାଥପାଲ୍ଲୀ ଥାନା ଅନ୍ତର୍ଗତ ଦେଓଗାଁ ବାଲୁଘାଟ ପେଟ୍ରୋଲ୍‌ ପମ୍ପ୍ ନିକଟରୁ ରବିବାର ଦୁଇଟି ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ଚାଲାଣ କରାଯାଉଥିବା ସମୟରେ ଏହାକୁ ଜବତ କରାଯାଇଛି।

ଜବତ କାର୍ଟୁନ ଭିତରେ ୨୩ ହଜାର ୨୦୦ଟି ବିସ୍ଫୋରକ ପ୍ୟାକେଟ୍ ରହିଛି। ବିସ୍ପୋରକ ସାମଗ୍ରୀ ଜବତ କରି ରଘୁନାଥପାଲି ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି। ଘଟଣାରେ ବିସ୍ଫୋରକ ଗୋଦାମ ମାଲିକ ଶ୍ରବଣ ଅଗ୍ରୱାଲ ଓ ଗାଡି ଡ୍ରାଇଭର ଅଟକ ଅଛନ୍ତି। ୧୬ ପେଟି ବିସ୍ଫୋରକର କୌଣସି କାଗଜପତ୍ର ନଥିବାରୁ ସନ୍ଦେହ ବଢ଼ିଛି। ପୋଲିସ ପକ୍ଷରୁ ପଚରାଉଚରା ଜାରି ରହିଛି। ଦୁଇଟି ଯାକ ଗାଡ଼ିର ମଧ୍ୟ କୌଣସି କାଗଜ ପତ୍ର ସଠିକ୍ ନଥିବା ଜାଣିବାକୁ ପାଇଛି ପୋଲିସ। ସେହିପରି କେମିତି ଓ କେଉଁ ପରିସ୍ଥିତିରେ ଏତେ ପରିମାଣର ବିସ୍ଫୋରକ ଯାଉଥିଲା ତାକୁ ନେଇ ପ୍ରଶ୍ନ ଉଠିଛି।

Leave A Reply

Your email address will not be published.