ଭୁବନେଶ୍ବର: କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଉ ଜଣେ ଆଇଏଏସ୍ ଅଧିକାରୀ ।ରାଜସ୍ୱ ବୋର୍ଡର ସଚିବ ଭାବରେ କାର୍ଯ୍ୟରତ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ଆଶିଷ ଠାକରେ କେନ୍ଦ୍ରୀୟ ଡେପୁଟେସନରେ ଗଲେ। ତାଙ୍କୁ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ପାଞ୍ଚ ବର୍ଷ ପାଇଁ ଦିଲ୍ଲୀର ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତି ଦିଆଯାଇଛି। ଏହି ପଦବୀର ଦାୟିତ୍ୱ ଗ୍ରହଣ କରିବା ତାରିଖରୁ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ, ଯେକୌଣସି ଘଟଣା ପୂର୍ବରୁ ଘଟିବ, ପାଞ୍ଚ ବର୍ଷ ପାଇଁ ତାଙ୍କୁ ନିଯୁକ୍ତି ଦିଆଯାଇଛି,” କାର୍ମିକ ଏବଂ ତାଲିମ ବିଭାଗ ଦ୍ୱାରା ଜୁନ୍ ୩ରେ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି। ନୂତନ ଦାୟିତ୍ୱ ଗ୍ରହଣ କରିବା ପାଇଁ ତାଙ୍କୁ ତୁରନ୍ତ ତାଙ୍କ ଦାୟିତ୍ୱରୁ ମୁକ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ପ୍ରମୁଖ ଖବର
୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା